www.samajalive.in
Saturday, December 6, 2025
26.1 C
Bhubaneswar

୧୮ରେ ପୁରୀରେ ହେବ ଏୟାର ସୋ

ଡେସ୍କ: ଚଳିତ ମାସ ୧୮ ତାରିଖରେ ବାୟୁ ସେନା ପକ୍ଷରୁ ପୁରୀ ରାଜଭବନ ନିକଟ ବେଳାଭୂମିରେ ଏୟାର ସୋ ହେବ।ବାୟୁ ସେନାର ପାଇଲଟମାନେ ଆକାଶ ମାର୍ଗରେ କଳା କୌଶଳ ପ୍ରଦର୍ଶନ କରିବେ। ଏହି କାର୍ଯ୍ୟକ୍ରମକୁ ଶୃଙ୍ଖଳିତ ଓ ସୁଚାରୁ ରୁପେ ସମ୍ପାଦନ ପାଇଁ ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଆଜି ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି।

ବିସ୍ତୃତ ଆଲୋଚନା ପରେ ଆଇନ ଶୃଙ୍ଖଳା ରକ୍ଷା, ଟ୍ରାଫିକ ନିୟନ୍ତ୍ରଣ, ସୋ ଦେଖିବା ବ୍ୟବସ୍ଥା, ପାର୍କିଂ ବ୍ୟବସ୍ଥା, ପ୍ରଚାର ପ୍ରସାର, ସ୍ୱାସ୍ଥ୍ୟ, ଅଗ୍ନିଶମ ବ୍ୟବସ୍ଥା, ପାନୀୟ ଜଳ ବ୍ୟବସ୍ଥା ଇତ୍ୟାଦି ବିଷୟରେ ଆଲୋଚନା କରାଯାଇଥିଲା। ପ୍ରତ୍ୟେକ ବିଭାଗ ସେମାନଙ୍କ ଦାୟିତ୍ୱକୁ ନିଷ୍ଠାର ସହ ପାଳନ ପାଇଁ ନିର୍ଦ୍ଦେଶ ଦିଆଯାଇଛି।

- Advertisement -

ଏହି ବୈଠକରେ ଡିଏଫଓ ରାମସାମୀ ପି, ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ପ୍ରଦୀପ କୁମାର ସାହୁ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ କୈଳାସ ଚନ୍ଦ୍ର ନାୟକ, ଉପ ଜିଲ୍ଲାପାଳ ଭବତାରଣ ସାହୁ, ଅତିରିକ୍ତ ଏସ୍‍ ପି ମିହିର ପ୍ରସାର ପଣ୍ଡା, ସିଟି ଡିଏସପି ଜନାର୍ଦ୍ଦନ ପାଢ଼ୀ, ଆଚଂଳିକ ପରିବହନ ଅଧିକାରୀ ସମୀର କୁମାର ଦଳାଇ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ, ପର୍ଯ୍ୟଟନ ଅଧିକାରୀ ସରୋଜ କୁମାର ପ୍ରଧାନ, କ୍ରୀଡା ଅଧିକାରୀ ଚନ୍ଦନ ସାହୁ ଓ ଅନ୍ୟାନ୍ୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories