www.samajalive.in
Thursday, December 11, 2025
23.1 C
Bhubaneswar

ଭୁବନେଶ୍ବରରେ ଜରୁରୀ ଅବତରଣ କଲା ବିମାନ, ଯାତ୍ରୀ ମୃତ

ଭୁବନେଶ୍ବର: ଭୁବନେଶ୍ବର ବିମାନ ବନ୍ଦରରେ ଜରୁରୀ ଅବତରଣ କଲା ଏୟାର ଏସିଆ ବିମାନ । ଜଣେ ଯାତ୍ରୀଙ୍କ ଅସୁସ୍ଥତା କାରଣରୁ ବିମାନଟି ଜରୁରୀ ଅବତରଣ କରିଥିବା ଜଣାପଡ଼ିଛି । ଜରୁରୀ ଅବତରଣ ପରେ ଯାତ୍ରୀ ଜଣଙ୍କୁ କ୍ୟାପିଟାଲ ଡାକ୍ତରଖାନାକୁ ନିଆଯାଇଥିଲା । ହେଲେ କ୍ୟାପିଟାଲ ଡାକ୍ତରଖାନାରେ ଯାତ୍ରୀ ଜଣଙ୍କ ମୃତ୍ୟୁ ହୋଇଛି । ଯାତ୍ରୀ ଜଣଙ୍କୁ ଡାକ୍ତରଖାନାରେ ମୃତ ଘୋଷଣା କରିଛନ୍ତି ଡାକ୍ତର । ମୃତ ଯାତ୍ରୀଙ୍କ ନାଁ ତୈମୁର ଅଲ୍ଲୀ ଖାନ୍‌ ହୋଇଥିବା ସୂଚନା ମିଳିଥିବା ବେଳେ ତାଙ୍କ ପରିଚୟ ସ୍ପଷ୍ଟ ହୋଇନାହିଁ । ତେବେ ଏୟାର ଏସିଆ ବିମନଟି ବେଙ୍ଗାଲୁରୁରୁ କୋଲକାତା ଯାଉଥିବା ଜଣାପଡ଼ିଛି ।

Hot this week

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

ଦ୍ବିତୀୟ ଟି୨୦ ଆଜି; ୨-୦ ଲକ୍ଷ୍ୟରେ ଭାରତ

ନ୍ୟୁ ଚଣ୍ଡିଗଡ଼ : ନ୍ୟୁ ଚଣ୍ଡିଗଡ଼ ବା ମୁଲାନ୍‌ପୁର ଷ୍ଟାଡିୟମ୍‌ରେ କୌଣସି...

ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ

ଭୁବନେଶ୍ୱର : ଖୋର୍ଦ୍ଧା ରୋଡ ଡିଭିଜନ ଅନ୍ତର୍ଗତ ରାଜ ଆଠଗଡ଼ ଏବଂ...

ଗୃହରୁ ମିଳିଥିବା ୧୬,୫୦୦ ଟଙ୍କା ନେବାକୁ ହାତ ଟେକିଲେ ୧୨ ସଦସ୍ୟ

ପାକିସ୍ତାନ ନ୍ୟାସନାଲ ଆସେମ୍ବ୍ଲିରେ ଲଜ୍ଜାକର ଘଟଣା ଇସଲାମାବାଦ : ପାକିସ୍ତାନ ନ୍ୟାସନାଲ ଆସେମ୍ବ୍ଲିରେ...

ଦିଲ୍ଲୀ ବିସ୍ଫୋରଣ : ଆଉ ଜଣେ ଡାକ୍ତର ଗିରଫ

ନୂଆଦିଲ୍ଲୀ : ଦିଲ୍ଲୀ ଲାଲକିଲା ବିସ୍ଫୋରଣ ଘଟଣାରେ ଏନଆଇଏ ଜାମ୍ମୁ-କାଶ୍ମୀରର ବାରମୂଲାରୁ...

Related Articles

Popular Categories