ଭୁବନେଶ୍ୱର: ବର୍ଷିୟାନ ଅଭିନେତା ଅଜିତ ଦାସଙ୍କ ବିୟୋଗରେ ଇସ୍ପାତ ଓ ଖଣି, ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମଞ୍ଚ ଅଭିନୟଠୁ ଆରମ୍ଭ କରି ଅନେକ ଚଳଚ୍ଚିତ୍ରରେ ତାଙ୍କର ନିଖୁଣ ଅଭିନୟ ଆଜିବି ସ୍ମରଣୀୟ ହୋଇ ରହିଛି । ନାୟକ, ସହନାୟକ ଠାରୁ ଆରମ୍ଭ କରି ଭିନ୍ନ ଭିନ୍ନ ଚରିତ୍ରରେ ତାଙ୍କର ହୃଦୟସ୍ପର୍ଶୀ ଅଭିନୟ ସେ ସମୟରେ ଦର୍ଶକଙ୍କୁ ବିମୋହିତ କରୁଥିଲା ଓ ତାଙ୍କ ବିୟୋଗ ସମଗ୍ର ଚଳଚ୍ଚିତ୍ର ଜଗତ ପାଇଁ ଏକ ବିରାଟ ଶୂନ୍ୟସ୍ଥାନ ବୋଲି ମନ୍ତ୍ରୀ ଶ୍ରୀ ମଲ୍ଲିକ ତାଙ୍କ ଶୋକ ବାର୍ତ୍ତାରେ ପ୍ରକାଶ କରିଛନ୍ତି। ଏଥି ସହ ମନ୍ତ୍ରୀ ଶ୍ରୀ ମଲ୍ଲିକ ସ୍ୱର୍ଗତ ଦାସଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ତାଙ୍କ ପରିବାର ବର୍ଗ ଓ ଆତ୍ମୀୟ ସ୍ୱଜନଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି।
ବରିଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ଅଜିତ ଦାସଙ୍କ ବିୟୋଗରେ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକଙ୍କ ଶୋକ
Popular Categories



