www.samajalive.in
Tuesday, December 9, 2025
16.1 C
Bhubaneswar

ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପ୍ରମୋଦ ମିଶ୍ର ଓ ଏନଏସଏ ମୁଖ୍ୟ ଅଜିତ ଡୋଭାଲଙ୍କ କାର୍ଯ୍ୟକାଳ ବଢ଼ିଲା

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବା ପରେ ତାଙ୍କର ପ୍ରମୁଖ ସଚିବ ପ୍ରମୋଦ କୁମାର ମିଶ୍ର ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲଙ୍କ ଉପରେ ଭରସା କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସୁପାରିଶକ୍ରମେ ଏହି ଦୁଇ ବରିଷ୍ଠ ଅଧିକାରୀଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରମୁଖ ସଚିବ ପ୍ରମୋଦ ମିଶ୍ର ଏବଂ ଏନଏସଏ ମୁଖ୍ୟ ଅଜିତ ଡୋଭାଲଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯାଇଛି।

ଦେଶର ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନଏସଏ) ମୁଖ୍ୟ ଅଜିତ ଡୋଭାଲଙ୍କ କାର୍ଯ୍ୟକାଳ ବୃଦ୍ଧି ପାଇଛି। ଏଥିସହିତ ଲଗାତାର ଭାବେ ତୃତୀୟ ଥର ପାଇଁ ଅଜିତ୍ ଡୋଭାଲ ଦେଶର ଜାତୀୟ ସୁରକ୍ଷା ପରାମର୍ଶଦାତା ହୋଇଛନ୍ତି। ସେହିପରି ବରିଷ୍ଠ ପ୍ରଶାସକ ପ୍ରମୋଦ କୁମାର ମିଶ୍ର ପଦ ବଜାୟ ରଖିଛନ୍ତି। ପ୍ରମୋଦ ମିଶ୍ର ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଭାବେ ପଦ ବଜାୟ ରଖିଲେ। ଗୁଜୁରାଟ କ୍ୟାଡରର ପୂର୍ବତନ ଆଇଏଏସ ଓଡ଼ିଆ ପୁଅ ପ୍ରମୋଦ କୁମାର ମିଶ୍ରଙ୍କୁ ପୁଣିଥରେ ପ୍ରଧାନମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ମିଳିଛି ।

Hot this week

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

Related Articles

Popular Categories