www.samajalive.in
Saturday, December 6, 2025
23.1 C
Bhubaneswar

ଅକ୍ଷୟ ତୃତୀୟା: ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ବୁଧବାର ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ଵରସ୍ଥିତ ଓୟୁଏଟି ଫାର୍ମରେ ମୁଖ୍ୟମନ୍ତ୍ରୀ ଅଖିମୁଠି ଅନୁକୂଳ କରିଛନ୍ତି। ମୁଖ୍ୟମନ୍ତ୍ରୀ ଜମିରେ ବିହନ ବୁଣିବା ସହ ହଳଲଙ୍ଗଳ ଧରି ହଳ ମଧ୍ୟ କରିଛନ୍ତି। ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଏବଂ ଏକାମ୍ର ବିଧାୟକ ବାବୁ ସିଂହ ପ୍ରମୁଖ ଉପସ୍ଥିତ ଥିଲେ।


ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଅକ୍ଷୟ ତୃତୀୟା ଉପଲକ୍ଷେ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ସେ ‘ଏକ୍ସ’ରେ ଲେଖିଛନ୍ତି, ‘‘ପବିତ୍ର ଅକ୍ଷୟ ତୃତୀୟା ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। କୃଷି ଓ କୃଷକଙ୍କ ପାଇଁ ଅକ୍ଷୟ ତୃତୀୟା ପର୍ବ ସ୍ୱତନ୍ତ୍ର। ମହାପ୍ରଭୁଙ୍କ ଆଶୀର୍ବାଦରୁ ଆଜିର ଅକ୍ଷିମୁଠି ଅନୁକୂଳ ଶୁଭ ହେଉ। ଚଳିତ ବର୍ଷ ଭଲ ଫସଲ ଅମଳରେ ଚାଷୀ ଭାଇ, ଭଉଣୀଙ୍କ ଅମାର ପରିପୂର୍ଣ୍ଣ ହେଉ। ଏହି ପବିତ୍ର ଅବସରରେ ରାଜ୍ୟର ସମୃଦ୍ଧି ସହ ସମସ୍ତଙ୍କ ମଙ୍ଗଳମୟ ଜୀବନ କାମନା କରୁଛି।’’

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories