ଡେସ୍କ: ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜୁ ଜନତା ଦଳ ପକ୍ଷରୁ ଅଳକା ମହାନ୍ତି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଆଜି ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି ନିଜ ସମର୍ଥକଙ୍କ ସହ ଆସି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥୀପତ୍ର ଦାଖଲ କରିଥିଲେ। ତାଙ୍କ ସହ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ, ମନ୍ତ୍ରୀ ସୁଶାନ୍ତ ସିଂହ, ମନ୍ତ୍ରୀ ଟୁକୁନି ସାହୁ, ସ୍ନେହାଙ୍ଗିନୀ ଝୁରିଆ, ବିଧାୟକ ଶାରଦା ନାୟକ, ରୀତା ସାହୁ, ଜିଲ୍ଲା ପର୍ଯ୍ୟବେକ୍ଷକ ସୁବାସ ସିଂ ପ୍ରମୁଖ ଉପସ୍ଥିତ ଥିଲେ।
Popular Categories



