www.samajalive.in
Friday, December 5, 2025
26.1 C
Bhubaneswar

ଅନବସରର ଦ୍ଵିତୀୟ ଦିନ: ଅଲାରନାଥଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼

ବ୍ରହ୍ମଗିରି : ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଅନବସର ଯୋଗୁଁ ବ୍ରହ୍ମଗିରିରେ ଶ୍ରୀଅଲାରନାଥଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିରହିଛି। ଏହି ସମୟରେ ଶ୍ରୀଅଲାରନାଥଙ୍କୁ ଦର୍ଶନକଲେ ଶ୍ରୀଜଗନ୍ନାଥଙ୍କ ଦର୍ଶନର ପୁଣ୍ୟ ମିଳିଥାଏ ବୋଲି ସାଧାରଣରେ ବିଶ୍ୱାସ ରହିଛି। ଆଜି ଦ୍ଵିତୀୟ ଦିନରେ ଭୋର୍ ୪ଟାରୁ ମନ୍ଦିର ଫିଟା ହେବା ପରେ ମଙ୍ଗଳ ଆଳତି, ତଡପ ଲାଗି , ଅବକାଶ , ଗୋପାଳ ବଲ୍ଲଭ ନୀତିକାନ୍ତି କରାଯାଇଥିଲା। ପରେ ସକାଳ ୬ଟାରୁ ଦର୍ଶନ ଲାଗି ପ୍ରବଳ ଭକ୍ତଙ୍କ ଗହଳି ଦେଖିବାକୁ ମିଳିଥିଲା।  ଦିନ ୧୨ଟାରେ ସକାଳ ଧୂପ, ୧ଟା ୩୦ରେ ଖିରି ଭୋଗ ହୋଇ ଦିନ ୨ ଟାରେ ଶ୍ରୀଜୀଉଙ୍କ ପହଡ଼ ପଡ଼ିବ । ସେହିପରି ସନ୍ଧ୍ୟା ୭ଟାରେ ଶ୍ରୀଜୀଉଙ୍କ ସନ୍ଧ୍ୟା ଆଳତି ଓ ମଇଲମ ପରେ ଅନବସର ବେଶ କରାଯିବ।  ଆଇନଶୃଙ୍ଖଳା ରକ୍ଷା ପାଇଁ ପୁଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ତେବେ ଚତୁର୍ଦ୍ଧାମୂରତି ଜ୍ବରରେ ପୀଡିତ ହେବା ପରେ ଅଣସର ପିଣ୍ଡିରେ ଗୁପ୍ତ ସେବା ଚାଲିଛି । ଶ୍ରୀମନ୍ଦିରରେ ପଟି ଦିଅଁ ପୂଜା ପାଉଛନ୍ତି ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories