ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ପ୍ରାୟ ଅଧିକାଂଶ ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ତେଣୁ ବର୍ଷା, ବନ୍ୟା ଓ ଭୂସ୍ଖଳନ ପାଇଁ ସତର୍କ ରହିବାକୁ ସ୍ୱତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ ସେଠୀ ଜିଲ୍ଲାପାଳମାନଙ୍କୁ ସତର୍କ କରାଇଛନ୍ତି । ଏହି ମର୍ମରେ ସେ ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଛନ୍ତି। ବିଭିନ୍ନ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳ ଏବଂ ରିଲିଫ୍ କ୍ୟାମ୍ପରେ ଖାଦ୍ୟ ଓ ପାନୀୟ ଜଳର ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେବାକୁ ସ୍ୱତନ୍ତ୍ର ରିଲିଫ କମିଶନର କହିଛନ୍ତି। ଉଦ୍ଧାର କାର୍ଯ୍ୟ ପାଇଁ ଅଗ୍ନିଶମ ବାହିନୀକୁ ପ୍ରସ୍ତୁତ ରଖିବାକୁ ପରାମର୍ଶ ଦିଆଯାଇଛି । ଆବଶ୍ୟକ ହେଲେ ଓଡ୍ରାଫ ଟିମକୁ ସଜାଗ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଜଳମଗ୍ନ ହୋଇଥିବା ରାସ୍ତା ଓ ପୋଲ ଉପରେ ଯାତାୟତ ପାଇଁ ଲୋକମାନଙ୍କୁ ବାରଣ କରାଯାଇଛି।
Popular Categories



