www.samajalive.in
Monday, December 15, 2025
26.1 C
Bhubaneswar

ଲଘୁଚାପ ପାଇଁ ୧୮ ଜିଲାକୁ ସତର୍କତା

ସମାଜ ଡିଜିଟାଲ ଡେସ୍କ: ଯୋଡ଼ା ଲଘୁଚାପ ପାଇଁ ରାଜ୍ୟର ବିଭିନ୍ନ ଜିଲା​‌ରେ ବର୍ଷା ଜାରି ରହିଛି। ଗୋଟିଏ ଲଘୁଚାପ ଉତ୍ତର ଓଡ଼ିଶା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଥିବାରୁ ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ବରଗଡ଼, ନବରଙ୍ଗପୁର ଏବଂ ବଲାଙ୍ଗିର ଜିଲାର ବିଭିନ୍ନ ଅଞ୍ଚଳରେ ଅତି ପ୍ରବଳ ବର୍ଷା ହୋଇଛି। ଶୁକ୍ରବାର ବିଳମ୍ବିତ ରାତି ସୁଦ୍ଧା ଆଉ ଏକ ଲଘୁଚାପ ସୃଷ୍ଟି ହେବ। ଏହାକୁ ନେଇ ସ୍ଵତନ୍ତ୍ର ରିଲିଫ କମିଶନର(ଏସଆରସି) ୧୮ ଜିଲାକୁ ସତର୍କତା ଜାରି କରିଛନ୍ତି।

ଉତ୍ତର ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହି ଲଘୁଚାପ ସୃଷ୍ଟି ହୋଇଛି। ୨୬ ତାରିଖ ଅର୍ଥାତ ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ଏହା ଅବପାତ​‌ରେ ପରିଣତ ହେବ। ଲଘୁଚାପ ପ୍ରଭାବରେ ଅନେକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ୧୮ଟି ଜିଲା ଅଧିକ ପ୍ରଭାବିତ ହୋଇପାରେ। ତେଣୁ ସେସବୁ ଜିଲାକୁ ସରକାର ସତର୍କତା ଜାରି କରିଛନ୍ତି।

- Advertisement -

ଏସଆରସିଙ୍କ ସୂଚନା ଅନୁସାରେ, ସମସ୍ତ ପ୍ରକାର ପରିସ୍ଥିତିର ମୁକାବିଲା ପାଇଁ ସରକାର ପ୍ରସ୍ତୁତ ରହିଛନ୍ତି। କ୍ଷତିଗ୍ରସ୍ତ ହେବାକୁ ଥିବା ୧୮ ଜିଲାରେ ଡ୍ରେନେଜ ଇଞ୍ଜିନିୟର ଓ ଅଧିକାରୀଙ୍କୁ ଆଲର୍ଟ ରଖାଯାଇଛି। ୩ ଜିଲାର ଜିଲାପାଳଙ୍କୁ ମଧ୍ୟ ସତର୍କ ରହିବାକୁ ନିର୍ଦେଶ ଦିଆଯାଇଛି।  ଆବଶ୍ୟକ ସ୍ଥଳେ ଅଗ୍ନିଶମ କର୍ମଚାରୀ ଏବଂ ଓଡ୍ରାଫ ଟିମ ପ୍ରସ୍ତୁତ ରହିଥିବା କହିଛନ୍ତି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories