www.samajalive.in
Wednesday, December 10, 2025
23.1 C
Bhubaneswar

ଠିକାଦାରଙ୍କ ପରିବାରକୁ ସଂଘବଦ୍ଧ ଆକ୍ରମଣ, ପୁଲିସର ତଦନ୍ତ ଆରମ୍ଭ

ଆଳି: ଠିକାରଦାରଙ୍କ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ କରାଯାଇଥିବା ସୂଚନା ମିଳିଛି। ଭୁଇଁପୁର ଛକରେ ଠିକାଦାରଙ୍କ ପରିବାରକୁ ସଂଘବଦ୍ଧ ଆକ୍ରମଣ କରାଯାଇଛି। ଏହି ସଂଘବଦ୍ଧ ଆକ୍ରମଣରେ ଠିକାରଦାରଙ୍କ ଭାଇ ଓ ତାଙ୍କ ଦୁଇ ପୁତୁରା ଆହତ ହୋଇଛନ୍ତି। ଠିକାଦାରଙ୍କ ପରିବାରଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଥିବା ନେଇ ଥାନାରେ ଏତଲା ଦାୟର କରାଯାଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଏହି ଘଟଣାରେ ସମସ୍ତ ଆହତଙ୍କୁ ସ୍ଥାନୀୟ ମେଡ଼ିକାଲରେ ପ୍ରାଥମିକ ଚିକିତ୍ସା କରାଯାଇଥିଲା। ତେବେ ସେମାନଙ୍କ ସ୍ବାସ୍ଥ୍ୟବସ୍ଥା ଉଦବେଗଜନକ ଥିବାରୁ ସେମାନଙ୍କୁ ଅଧିକ ଚିକିତ୍ସା ପାଇଁ କେନ୍ଦ୍ରାପଡ଼ା ସ୍ଥାନାନ୍ତର କରାଯାଇଛି। କ’ଣ ପାଇଁ ଠିକାଦାରଙ୍କ ପରିବାରକୁ ଆକ୍ରମଣ ହୋଇଛି ସେ ସଂକ୍ରାନ୍ତରେ କାରଣ ଜଣାପଡ଼ିନାହିଁ। ତଦନ୍ତ ପରେ ପ୍ରକୃତ କାରଣ ଜଣାପଡ଼ିବ ବୋଲି ପୁଲିସ ସୂଚନା ଦେଇଛି।

Hot this week

ମହାନଦୀ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ

ଭୁବନେଶ୍ଵର : ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗଦ୍ଵାରା ମାନ୍ୟବର...

ସୀମା ଟପିଲା ବର୍ବରତା: ୬ବର୍ଷର ଝିଅ ସହିତ ନିର୍ଭୟା ପରି ଘଟଣା

ସମାଜ ଡିଜିଟାଲ ଡେସ୍କ: ଗୁଜୁରାଟର ରାଜକୋଟରେ ଚାଞ୍ଚଲ୍ୟ । ଜଣେ ନିର୍ଦ୍ଦୋଷ,...

ଜେଲ୍‌ ଅଛି ତ ବେଲ୍‌ ଅଛି

କଥା କଥାକେ ଆମ ସମାଜରେ ଅସାମାଜିକ ଲୋକଙ୍କ ମୁହଁରେ ଏହି ବାକ୍ୟ...

ବିପୁଳ ମାଓ ସାମଗ୍ରୀ ଠାବ

ବାଲିଗୁଡା : ବାଲିଗୁଡା ବିଏସ୍‌ଏଫ୍ ଯବାନଙ୍କୁ ବଡ ସଫଳତା ମିଳିଛି। ବଡ଼ଧରଣର...

ଚିନ୍ତାକଳ୍ପ : ଦୃଷ୍ଟିକୋଣ

ଦୃଷ୍ଟିକୋଣ (ଆଭିମୁଖ୍ୟ)ରେ ପରିବର୍ତ୍ତନ ସବୁଠାରୁ ବଡ଼ ପରିବର୍ତ୍ତନ ବୋଲି କୁହାଯାଇଥାଏ। ଆପଣାର...

Related Articles

Popular Categories