www.samajalive.in
Monday, December 8, 2025
24.1 C
Bhubaneswar

ଆତଙ୍କବାଦୀ ଆକ୍ରମଣ: ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଆରମ୍ଭ

ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀରର ପୁଲୱାମାଠାରେ ଆତଙ୍କବାଦୀ ଆକ୍ରମଣ ଘଟଣାକୁ ନେଇ ଶନିବାର ସର୍ବଦଳୀୟ ବୈଠକ ଆରମ୍ଭ ହୋଇଛି। ଦିଲ୍ଲୀ ସଂସଦ ଭବନରେ ସ୍ବରାଷ୍ଟ୍ର ମନ୍ତ୍ରୀ ରାଜନାଥ ସିଂହଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଚାଲିଛି। ଏଥିରେ କଂଗ୍ରେସ ସମେତ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧିମାନେ ଯୋଗଦେଇଛନ୍ତି। ଆକ୍ରମଣ ଘଟଣା ନେଇ ଏଥିରେ ବିଶେଷ ଭାବେ ଆଲୋଚନା ହେବ। ଅନ୍ତର୍ଜାତୀୟ ସ୍ତରରେ ପାକିସ୍ତାନକୁ ଏକଘରିକିଆ କରିବାକୁ ଭାରତ ଉଦ୍ୟମ ଚଳାଇଛି। ଏଥିସହ ଆତଙ୍କବାଦୀଙ୍କ ସମେତ ପାକିସ୍ତାନ ବିରୋଧରେ ଅନ୍ୟ କି ପ୍ରକାର ପଦକ୍ଷେପ ନିଆଯିବା ଆବଶ୍ୟକ ସେ ନେଇ ମଧ୍ୟ ସ୍ବରାଷ୍ଟ୍ରମନ୍ତ୍ରୀ ଆଲୋଚନା କରିବେ। ସେ ଏ କ୍ଷେତ୍ରରେ ଅନ୍ୟ ରାଜନୈତିକ ଦଳଗୁଡ଼ିକର ମତାମତ ମଧ୍ୟ ଲୋଡ଼ିବେ ବୋଲି ସୂଚନା ମିଳିଛି। ଏହା ପୂର୍ବରୁ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ବାସଭବନରେ ଏକ ଗୁରୁତ୍ଵପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଗୃହସଚିବ, ଗୋଇନ୍ଦା ଅଧିକାରୀ ଉପସ୍ଥିତ ଥିଲେ।

Hot this week

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

Related Articles

Popular Categories