www.samajalive.in
Monday, December 15, 2025
24.1 C
Bhubaneswar

ସରିଲା ସର୍ବଦଳୀୟ ବୈଠକ; ବିଧାନସଭା କାର୍ଯ୍ୟରେ ସହଯୋଗ ପାଇଁ ବିରୋଧୀଙ୍କ ପ୍ରତିଶ୍ରୁତି, ଆସିଲାନି କଂଗ୍ରେସ

ଭୁବନେଶ୍ଵର: ଆସନ୍ତା କାଲି(ଜୁଲାଇ ୨୨-ସୋମବାର)ଠାରୁ ଆରମ୍ଭ ହେବ ସପ୍ତଦଶ ବିଧାନସଭା ଅଧିବେଶନ। ଏହା ପୂର୍ବରୁ ରବିବାର ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି ସର୍ବଦଳୀୟ ବୈଠକ। ଗୃହ କାର୍ଯ୍ୟ କିପରି ଶୃଙ୍ଖଳିତ ଭାବେ ଚାଲିବ ସେ ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା ବୋଲି ବାଚସ୍ପତି ସୁରମା ପାଢ଼ୀ ସୂଚନା ଦେଇଛନ୍ତି। ସେହିପରି ବିଧାନସଭା କାର୍ଯ୍ୟରେ ବିରୋଧୀ ଦଳର ବିଧାୟକମାନେ ସହଯୋଗ କରିବାକୁ ପ୍ରତିଶ୍ରୁତି ଦେଇଥିବା ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କନକ ବର୍ଦ୍ଧନ ସିଂହଦେଓ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ବରିଷ୍ଠ ବିଜେପି ନେତା ଜୟନାରାୟଣ ମିଶ୍ର, ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ। ତେବେ ଏହି ସର୍ବଦଳୀୟ ବୈଠକରେ କଂଗ୍ରେସ ବିଧାୟକମାନେ ଯୋଗଦେଇ ନ ଥିଲେ।

Hot this week

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

ରାତିରେ ସ୍ଵେଟର କିମ୍ବା ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

Related Articles

Popular Categories