www.samajalive.in
Friday, December 12, 2025
14.1 C
Bhubaneswar

ସରିଲା ସର୍ବଦଳୀୟ ବୈଠକ; ବିଧାନସଭା କାର୍ଯ୍ୟରେ ସହଯୋଗ ପାଇଁ ବିରୋଧୀଙ୍କ ପ୍ରତିଶ୍ରୁତି, ଆସିଲାନି କଂଗ୍ରେସ

ଭୁବନେଶ୍ଵର: ଆସନ୍ତା କାଲି(ଜୁଲାଇ ୨୨-ସୋମବାର)ଠାରୁ ଆରମ୍ଭ ହେବ ସପ୍ତଦଶ ବିଧାନସଭା ଅଧିବେଶନ। ଏହା ପୂର୍ବରୁ ରବିବାର ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି ସର୍ବଦଳୀୟ ବୈଠକ। ଗୃହ କାର୍ଯ୍ୟ କିପରି ଶୃଙ୍ଖଳିତ ଭାବେ ଚାଲିବ ସେ ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା ବୋଲି ବାଚସ୍ପତି ସୁରମା ପାଢ଼ୀ ସୂଚନା ଦେଇଛନ୍ତି। ସେହିପରି ବିଧାନସଭା କାର୍ଯ୍ୟରେ ବିରୋଧୀ ଦଳର ବିଧାୟକମାନେ ସହଯୋଗ କରିବାକୁ ପ୍ରତିଶ୍ରୁତି ଦେଇଥିବା ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କନକ ବର୍ଦ୍ଧନ ସିଂହଦେଓ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ବରିଷ୍ଠ ବିଜେପି ନେତା ଜୟନାରାୟଣ ମିଶ୍ର, ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ। ତେବେ ଏହି ସର୍ବଦଳୀୟ ବୈଠକରେ କଂଗ୍ରେସ ବିଧାୟକମାନେ ଯୋଗଦେଇ ନ ଥିଲେ।

Hot this week

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

Related Articles

Popular Categories