www.samajalive.in
Monday, December 8, 2025
14.1 C
Bhubaneswar

ଇଭିଏମରେ ପୌର ନିର୍ବାଚନ : ସିଧାସଳଖ ନିର୍ବାଚିତ ହେବେ ପୌରାଧ୍ୟକ୍ଷ ଓ ମେୟର

ଭୁବନେଶ୍ୱର : ଚଳିତ ବର୍ଷ ପୌର ନିର୍ବାଚନ ଇଭିଏମ୍ ମାଧ୍ୟମରେ ହେବ। ସେହିପରି ପୌରାଧ୍ୟକ୍ଷ ଓ ମେୟର ସିଧାସଳଖ ନିର୍ବାଚିତ ହେବେ। ଗୁରୁବାର ଗୀତଗୋବିନ୍ଦ ସଦନଠାରେ ଅନୁଷ୍ଠିତ ସର୍ବଦଳୀୟ ବୈଠକ ଅବସରରେରେ ରାଜ୍ୟ ନିର୍ବାଚନ ଆୟୁକ୍ତ ଆଦିତ୍ୟ ପ୍ରସାଦ ପାଢ଼ୀ ଏ ନେଇ  ସୂଚନା ଦେଇଛନ୍ତି । ପ୍ରତି ବୁଥରେ ୨ଟି ଲେଖାଏଁ ଇଭିଏମ୍ ରହିବ । ଗୋଟିଏ  ଇଭିଏମ୍ କାଉନସିଲର/ପର୍ପୋରେଟରଙ୍କ ପାଇଁ ରହିବ । ଅନ୍ୟଟି ପୌରାଧ୍ୟକ୍ଷ ଓ ମେୟରଙ୍କ ପାଇଁ ରହିବ। ପୌର ନିର୍ବାଚନ  ଚିଠା ଭୋଟର ତାଲିକା ପ୍ରସ୍ତୁତ କରାଯାଇଛି। ଆଜି ୧୦୭ ପୌରାଞ୍ଚଳ ୩ଟି ମହାନଗର ନିଗମରେ ଚିଠା ଭୋଟର ତାଲିକା ପ୍ରକାଶ ପାଇବ ବୋଲି ଶ୍ରୀ ପାଢୀ କହିଛନ୍ତି।

ଶାନ୍ତିଶୃଙ୍ଖଳାର ସହ ପୌର ନିର୍ବାଚନ  ନେଇ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ସବୁଦଳର ସହଯୋଗ ଲୋଡି ଏହି ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଦୀର୍ଘଦିନ ବିଳମ୍ବ ପରେ ରାଜ୍ୟରେ ପୌର ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଆସନ ସଂରକ୍ଷଣ କରାଯିବା ସହିତ ବିଜ୍ଞପ୍ତି ପ୍ରକାଶ ପାଇଛି।

- Advertisement -

ଅନ୍ୟପକ୍ଷରେ ଓଡ଼ିଶା ପୌରପାଳିକା ଆଇନ-୧୯୫୦ ଧାରା ୧୭-କ ଏବଂ ଓଡ଼ିଶା ମହାନଗର ନିଗମ ଆଇନ-୨୦୦୩ର ଧାରା ୮୨ରେ ପ୍ରଦତ୍ତ କ୍ଷମତାକୁ ଉପଯୋଗ କରି ରାଜ୍ୟ ସରକାରଙ୍କ ସହିତ ନିର୍ବାଚନ ଆୟୁକ୍ତ ବିଚାର କରିବା ପରେ ପୌର ନିର୍ବାଚନ ଖର୍ଚ୍ଚ ସୀମାକୁ ବୃଦ୍ଧି କରିଛନ୍ତି। ଏ ସଂକ୍ରାନ୍ତରେ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁସାରେ ୫୦ ହଜାରରୁ କମ ଜନସଂଖ୍ୟା ବିଶିଷ୍ଟ ପୌରାଞ୍ଚଳ ଓ ବିଜ୍ଞାପିତ ପରିଷଦ ଅଞ୍ଚଳ (ଏନଏସି)ରେ କାଉନସିଲର ପଦବୀରେ ଲଢ଼ୁଥିବା ପ୍ରାର୍ଥୀ ନିର୍ବାଚନୀ ଖର୍ଚ୍ଚ ସର୍ବାଧିକ ୫୦ ହଜାର ଟଙ୍କା ଓ ଅଧ୍ୟକ୍ଷ ପ୍ରାର୍ଥୀ ସର୍ବାଧିକ ୨ ଲକ୍ଷ ଟଙ୍କା ଖର୍ଚ୍ଚ କରିପାରିବେ। ଯେଉଁ ପୌରାଞ୍ଚଳ ଓ ଏନଏସିରେ ୫୦ ହଜାରରୁ ୧ଲକ୍ଷ ମଧ୍ୟରେ ଜନସଂଖ୍ୟା ଥିବ ସେଠାରେ କାଉନସିଲର ପ୍ରାର୍ଥୀ ସର୍ବାଧିକ ୭୫ ହଜାର ଟଙ୍କା ଓ ଅଧ୍ୟକ୍ଷ ପ୍ରାର୍ଥୀ ସର୍ବାଧିକ ୩ଲକ୍ଷ ଟଙ୍କା ନିର୍ବାଚନ ଖର୍ଚ୍ଚ କରିପାରିବେ। ଯେଉଁ ପୌରାଞ୍ଚଳରେ ୧ଲକ୍ଷରୁ ଅଧିକ ଲୋକ ବସବାସ କରୁଥିବେ ସେଠାରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା କାଉନସିଲର ପ୍ରାର୍ଥୀ ସର୍ବାଧିକ ୧ ଲକ୍ଷ ଟଙ୍କା ଓ ଅଧ୍ୟକ୍ଷ ପ୍ରାର୍ଥୀ ସର୍ବାଧିକ ୫ଲକ୍ଷ ଟଙ୍କା ନିର୍ବାଚନ ଖର୍ଚ୍ଚ କରିପାରିବେ।

 

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories