www.samajalive.in
Monday, December 8, 2025
13.1 C
Bhubaneswar

୨୦ରେ ସର୍ବଦଳୀୟ ବୈଠକ

ଭୁବନେଶ୍ବର : ବିଧାନସଭାର ଆସନ୍ତା ଶୀତକାଳୀନ ଅଧିବେଶନ ଲାଗି ଚଳିତମାସ ୨୦ରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହେବ। ବାଚସ୍ପତି ପ୍ରମିଳା ମଲ୍ଲିକଙ୍କ ଅଧ୍ୟକ୍ଷତାରେ ପୂର୍ବାହ୍ନ ୧୧ଟାରେ ଅନୁଷ୍ଠିତ ହେବାକୁ ଥିବା ସର୍ବଦଳୀୟ ବୈଠକରେ ଚଳିତ ଅଧିବେଶନ କିଭଳି ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ ହେବ ସେ ନେଇ ପୁଙ୍ଖାନୁପୁଙ୍ଖ ଆଲୋଚନା ହେବ। ଏ ସଂକ୍ରାନ୍ତରେ ବିଧାନସଭା ପକ୍ଷରୁ ରାଜ୍ୟର ତିନି ପ୍ରମୁଖ ଦଳ ବିଜେଡି, ବିଜେପି ଓ କଂଗ୍ରେସ ସହିତ ସିପିଆଇଏମକୁ ଅବଗତ କରାଯାଇଛି। ଏହି ଅଧିବେଶନ କାଳରେ ୨୪ଟି ସରକାରୀ କାର୍ଯ୍ୟଦିବସ ରହିଥିବାବେଳେ ୬ଟି ଘରୋଇ ବିଧେୟକ ଓ ସଂକଳ୍ପ ରହିଛି। ଏହି ଅବଧି ମଧ୍ୟରେ ନଭେମ୍ବର ୨୫, ୨୬ ଓ ୨୭ ତାରିଖ ଛୁଟି ରହିଥିବାବେଳେ ଡିସେମ୍ବର ୩, ୯, ୧୦, ୧୭, ୨୩, ୨୪ ଓ ୨୫ରେ ବିଭିନ୍ନ ପର୍ବପର୍ବାଣି ପଡୁଥିବାରୁ ବିଧାନସଭା ଅଧିବେଶନ ବନ୍ଦ ରହିବ ବୋଲି ବିଜ୍ଞପ୍ତିରୁ ଜଣାଯାଇଛି।

ସୂଚନାଯୋଗ୍ୟ  ରାଜ୍ୟ ବିଧାନସଭାର ଶୀତକାଳୀନ ଅଧିବେଶନ ଆସନ୍ତା ୨୧ ତାରିଖରୁ ଆରମ୍ଭ ହେବ। ଏହି ଅଧିବେଶନ ଆସନ୍ତା ଡିସେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଶୀତକାଳୀନ ଅଧିବେଶନରେ ମୋଟ୍‌‌ ୩୦ଟି କାର୍ଯ୍ୟ ଦିବସ ରହିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories