www.samajalive.in
Wednesday, December 10, 2025
17.1 C
Bhubaneswar

୧୮ରୁ ବିଧାନସଭା ମୌସୁମୀ ଅଧିବେଶନ: ସର୍ବଦଳୀୟ ବୈଠକ ଆରମ୍ଭ

ସମାଜ ଡିଜିଟାଲ ଡେସ୍କ: ଆସନ୍ତା ୧୮ରୁ ୨୫ତାରିଖ ପର୍ଯ୍ୟନ୍ତ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି । ଏଥିରେ ମୋଟ ୭ଟି କାର୍ଯ୍ୟଦିବସ ରହିଛି । ଅଧିବେଶନ ପୂର୍ବରୁ ଆଜି ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି ସୁରମା ପାଢୀ । ସର୍ବଦଳୀୟ ବୈଠକରେ ବିରୋଧୀ ଦଳ ବିଜେଡି, କଂଗ୍ରେସ ଓ ସିପିଏମ ବିଧାୟକ ମାନେ ଉପସ୍ଥିତ ରହିଛନ୍ତି । ଗୃହକାର୍ଯ୍ୟକୁ ସୁରୁଖୁରୁରେ ଚଳାଇବା ପାଇଁ ବୈଠକରେ ସମସ୍ତଙ୍କ ସହଯୋଗ ଲୋଡିଛନ୍ତି ବାଚସ୍ପତି ।
ଉଭୟ ବିରୋଧୀ ଦଳ ଓ ଶାସକ ଦଳ ପାଇଁ ଏହି ଅଧିବେଶନ ବେଶ୍‍ ଗୁରୁତ୍ୱ ବହନ କରୁଛି । ଆସନ୍ତାକାଲି ଉଭୟ ବିଜେଡି ଓ କଂଗ୍ରେସର ବିଧାୟକ ଦଳ ବୈଠକ ପୃଥକ ପୃଥକ ଭାବେ ଅନୁଷ୍ଠିତ ହେବ । ସେହିପରି କାଲି ବିଜେପି ବିଧାୟକ ଦଳର ବୈଠକ ବସିବାର ସମ୍ଭାବନା ରହିଛି ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories