www.samajalive.in
Wednesday, December 10, 2025
23.1 C
Bhubaneswar

‘ପିଏମ କିଷାନ’ରେ ସାମିଲ ହେବେ ସବୁ ଯୋଗ୍ୟ ଚାଷୀ

ଭୁବନେଶ୍ବର: ପିଏମ କିଷାନ ଯୋଜନାରେ ଯେଉଁମାନେ ଯୋଗ୍ୟ ହିତାଧିକାରୀ ଅଛନ୍ତି, କିନ୍ତୁ ସାମିଲ ହୋଇପାରି ନାହାନ୍ତି, ସମସ୍ତଙ୍କୁ ସାମିଲ କରାଯିବ। ଏଥିପାଇଁ ସରକାର ଆବଶ୍ୟକ ବ୍ୟବସ୍ଥା ଓ ନିୟମ ପ୍ରସ୍ତୁତ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ସେହିପରି ପ୍ରଥମେ ୫୮ଟି ସବ୍ ଡିଭିଜନ (ଉପଖଣ୍ଡ)ରେ ଶୀତଳଭଣ୍ଡାର ପ୍ରତିଷ୍ଠା ପାଇଁ ପଦକ୍ଷେପ ନିଆଯିବ। ପ୍ରତ୍ୟେକ ଉପଖଣ୍ଡରେ ଗୋଟିଏ ଗୋଟିଏ ଶୀତଳ ଭଣ୍ଡାର ହେବା ଦ୍ବାରା ସବୁ ଅଞ୍ଚଳର ଚାଷୀ ଲାଭବାନ ହୋଇ ପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଶନିବାର କୃଷକଙ୍କ କଲ୍ୟାଣ ଓ ଉନ୍ନତି ପାଇଁ ବିଭିନ୍ନ କୃଷକ ସଂଗଠନ ସହିତ ଆଲୋଚନା କରି ଅନେକ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆଜି ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ କୃଷି ବିଭାଗ ପ୍ରମୁଖ ସଚିବ ଅରବିନ୍ଦ ପାଢ଼ୀଙ୍କ ସହିତ କୃଷି ଭବନ ପରିଦର୍ଶନ କରିଥିଲେ। ଏହି ଅବସରରେ ପ୍ରମୁଖ ସଚିବ ଶ୍ରୀ ପାଢ଼ୀ କୃଷି ଭବନର ସ୍ଵତନ୍ତ୍ର ନିର୍ମାଣ ଶୈଳୀ ଓ କୃଷକଙ୍କ ପାଇଁ ହୋଇଥିବା ବିଭିନ୍ନ ସୁବିଧା ସମ୍ପର୍କରେ ବୁଝାଇ ଥିଲେ। ବୈଠକରେ ଭାରତୀୟ କିଷାନ୍ ସଂଘ, ଗ୍ରାମ ବିକାଶ ପରିଷଦ ଓ ଅନ୍ୟ କୃଷକ ସଂଗଠନର କର୍ମକର୍ତ୍ତା ସେମାନଙ୍କର ସୁଚିନ୍ତିତ ମତାମତ ଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟ ସରକାର ସମୃଦ୍ଧ କୃଷକ ନୀତି ପ୍ରସ୍ତୁତ କରୁଛନ୍ତି। ଏଥିରେ ଚାଷୀଙ୍କୁ ଚାଷ ଆରମ୍ଭରୁ ଫସଲ ବିକ୍ରି ପର୍ଯ୍ୟନ୍ତ ପ୍ରତି ପଦକ୍ଷେପରେ ସହଯୋଗ ଓ ସହାୟତା ଯୋଗାଇ ଦିଆଯିବ। ସରକାର ଗଠନର ପ୍ରଥମ ଦିନରେ ଧାନର ସହାୟକ ମୂଲ୍ୟ ୩୧୦୦ ଟଙ୍କା କରିବାକୁ ନିଷ୍ପତ୍ତି ଗ୍ରହଣ କରିଥିବାରୁ କୃଷକ ସଂଗଠନଗୁଡ଼ିକ ମୁଖ୍ୟମନ୍ତ୍ରୀ ଓ ତାଙ୍କ ସରକାରଙ୍କୁ ଧନ୍ୟବାଦ ଦେଇଥିଲେ।

Hot this week

ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ଉପରେ ସମୀକ୍ଷା

ଭୁବନେଶ୍ୱର: ଖାରବେଳ ଭବନରେ ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ସମ୍ବନ୍ଧୀୟ ଏକ...

ଅନିଲ ଅମ୍ବାନୀଙ୍କ ପୁଅ ବିରୋଧରେ ମାମଲା

ନୂଆଦିଲ୍ଲୀ: ଏକ ବ୍ୟାଙ୍କ ଠକେଇ ମାମଲାରେ ସିବିଆଇ ପକ୍ଷରୁ ବିଶିଷ୍ଟ ଶିଳ୍ପପତି...

ଆସନ୍ତା ୧୩ ରୁ ସପ୍ତାହାନ୍ତରେ ଦିନ ସାରା ଖୋଲା ରହିବ ବିଡିଏ ପାର୍କ

ଭୁବନେଶ୍ୱର : ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଏହାର ପାର୍କଗୁଡ଼ିକର ଖୋଲା...

ମାନବାଧିକାର : ଜୀବନର ଆବଶ୍ୟକତା

ମିଳିତ ଜାତିସଂଘ ଆନୁକୂଲ୍ୟରେ ୨୦୨୫ ମସିହାର ମାନବ ଅଧିକାର ଦିବସ (ଡିସେମ୍ବର...

ମହାନଦୀ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ

ଭୁବନେଶ୍ଵର : ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗଦ୍ଵାରା ମାନ୍ୟବର...

Related Articles

Popular Categories