www.samajalive.in
Saturday, December 6, 2025
23.1 C
Bhubaneswar

ରାଜ୍ୟର ସମସ୍ତ ଗାଁକୁ ୨୦୨୪ ଶେଷ ସୁଦ୍ଧା ମିଳିବ ପିଇବା ପାଣି

ଭୁବନେଶ୍ୱର : ୨୦୨୪ ଶେଷ ସୁଦ୍ଧା ରାଜ୍ୟର ସବୁ ଗାଁକୁ ପାଇପ୍‌ ପାଣି ଯୋଗାଇଦେବାକୁ ଲକ୍ଷ୍ୟ ରଖାଯାଇଛି।  ୨୦୨୩ ମାର୍ଚ୍ଚ ମାସ ସୁଦ୍ଧା ୫୮ ପ୍ରତିଶତ ଗାଁରେ ପାଣି ପହଞ୍ଚିଛି। ମଙ୍ଗଳବାର ବିଧାନସଭାର ପ୍ରଶ୍ନକାଳରେ ପଞ୍ଚାୟତିରାଜ ଓ ପାନୀୟଜଳ ମନ୍ତ୍ରୀ ପ୍ରଦୀପ ଅମାତ ଏହି ସୂଚନା ଦେଇଛନ୍ତି।  ଉତ୍ସ କି ଜମି ସମସ୍ୟା ଥିବା ଅଞ୍ଚଳରେ ୨୦୨୫ ସୁଦ୍ଧା ପାଇପ୍‌ ପାଣି ଯୋଗାଇଦେବାକୁ ଲକ୍ଷ୍ୟ ରଖାଯାଇଛି। ଯେଉଁଠି ୭୦ ଲୋକଙ୍କ ଜନସଂଖ୍ୟା ଅଛି, ସେଠାରେ ବି ନୂଆ ନଳକୂପ ଲଗାଯିବ। ପାଣି ସମସ୍ୟା ସମାଧାନ ପାଇଁ ହେଲ୍ପ ଲାଇନ୍ ନମ୍ବର ୧୯୧୬ ଜାରି କରାଯାଇଛି। ଯେଉଁଠି ପାଇପ ପାଣି ନାହିଁ , କିମ୍ବା କାମ ଜାରି ରହିଛି ସେଠାରେ ଜିଲ୍ଲାପାଳ, ପିଡି ଡିଆରଡିଏ ଓ ନିର୍ବାହୀ ଯନ୍ତ୍ରୀଙ୍କୁ ନଳକୂଅ ବସାଇବାକୁ ନିର୍ଦେଶ ଦିଆଯାଇଛି। ଜିଲ୍ଲାପାଳ କି ସ୍ଥାନୀୟ ଲୋକ ପ୍ରତିନିଧିଙ୍କ ଯାଞ୍ଚ ରିପୋର୍ଟ ଆଧାରରେ ନୂଆ ନଳକୂପ ବସାଯିବା ନେଇ ସୂଚନା ରହିଛି।

Hot this week

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

Related Articles

Popular Categories