www.samajalive.in
Tuesday, December 9, 2025
16.1 C
Bhubaneswar

ନିର୍ବାଚନ ସତ୍ୟପାଠରେ ଭୁଲ ତଥ୍ୟ ପ୍ରଦାନ ଅଭିଯୋଗ, ଦିଲୀପ ଉଚ୍ଚ ନ୍ୟାୟାଳୟଙ୍କ ଦ୍ବାରସ୍ଥ ହେଲେ ଦିଲୀପ ରାୟ

କଟକ:ରାଉରକେଲାର ବିଜେଡି ବିଧାୟକ ସାରଦା ପ୍ରସାଦ ନାୟକଙ୍କ ବିରୋଧରେ ଉଚ୍ଚ ନ୍ୟାୟାଳୟରେ ଦାୟର ହେଲା ନିର୍ବାଚନୀ ମାମଲା। ସାରଦା ନିଜ ନାମାଙ୍କନ ପତ୍ରରେ ଭୁଲ ଓ ଅସମ୍ପୂର୍ଣ୍ଣ ତଥ୍ୟ ଦେଇଥିବାରୁ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିବା ଲାଗି ବିଜେପି ବରିଷ୍ଠ ନେତା ଦିଲୀପ ଶୁକ୍ରବାର ଉଚ୍ଚ ନ୍ୟାୟାଳୟଙ୍କ ଦ୍ବାରସ୍ଥ ହୋଇଛନ୍ତି। ଉଚ୍ଚ ନ୍ୟାୟାଳୟ ଶ୍ରୀ ରାୟଙ୍କ ଆବେଦନକୁ ବିଚାର ପାଇଁ ଗ୍ରହଣ କରିଛନ୍ତି।

ଆବେଦନକାରୀ ଶ୍ରୀ ରାୟ ଦର୍ଶାଇଛନ୍ତି ଯେ, ନାମାଙ୍କନ ସମୟରେ ସାରଦା ନିଜ ବିରୋଧରେ ଦାୟର ହୋଇଥିବା ଅପରାଧିକ ମାମଲା ସଂକ୍ରାନ୍ତ ତଥ୍ୟ ଲୁଚାଇଥିଲେ। ଏଥିସହ ନିଜର ସ୍ଥାବର/ଅସ୍ଥାବର ସମ୍ପତ୍ତିର ଅସମ୍ପୂର୍ଣ୍ଣ ତଥ୍ୟ ପ୍ରଦାନ କରିଥିଲେ। ଏହି ପ୍ରସଙ୍ଗରେ ପୂର୍ବରୁ ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ଅଭିଯୋଗ କରାଯାଇଥିଲା। ମାତ୍ର ନିର୍ବାଚନ ଅଧିକାରୀ ଅଭିଯୋଗକୁ ଅଣଦେଖା କରିଥିବା ଅଭିଯୋଗ କରିଛନ୍ତି। ନାମାଙ୍କନ ପତ୍ରରେ ଭୁଲ କିମ୍ବା ଅସମ୍ପୂର୍ଣ୍ଣ ତଥ୍ୟ ପ୍ରଦାନ କରିଥିବାରୁ ସାରଦାଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିବା ସହ ତାଙ୍କ ବିଧାୟକ ପଦ ରଦ୍ଦ କରିବା ପାଇଁ ଉଚ୍ଚ ନ୍ୟାୟାଳୟରେ ପ୍ରାର୍ଥନା କରିଛନ୍ତି ।

- Advertisement -

ପ୍ରକାଶଥାଉ କି, ଗତ ସାଧାରଣ ନିର୍ବାଚନରେ ରାଉରକେଲା ବିଧାନସଭା କ୍ଷେତ୍ରରୁ ବିଜେପିର ଦିଲୀପ ରାୟଙ୍କୁ ବିଜେଡିର ସାରଦା ନାୟକ ପରାସ୍ତ କରିଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ସୌମିକ ସ୍ପନ୍ଦନ ତ୍ରିପାଠୀ ମାମଲା ପରିଚାଳନା କରୁଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories