ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ କଲେ ରାଜ୍ୟ ସରକାର – କେଭିଙ୍କୁ ଶକ୍ତି, ପ୍ରଭାତୀଙ୍କୁ ମିଶନ ଶକ୍ତି ଓ ସୁରେଶଙ୍କୁ ରାଜସ୍ୱ

ଡେସ୍କ: ରାଜ୍ୟର ନବଗଠିତ ବିଜେପି ସରକାରଙ୍କ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ ବିଭାଗ ବଣ୍ଟନ ନେଇ ଉତ୍କଣ୍ଠା ରହିଥିଲା, ତାହା ଶେଷ ହୋଇଛି। ଶନିବାର ସନ୍ଧ୍ୟାରେ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ପାଖରେ ଗୃହ, ସାଧାରଣ ପ୍ରଶାସନ, ସୂଚନା ଓ ଲୋକସମ୍ପର୍କ, ଜଳ ସମ୍ପଦ ଏବଂ ଯୋଜନା ଓ ସଂଯୋଜନ ବିଭାଗ ରଖିଛନ୍ତି। ଜୁନ ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ଭାବେ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ାଙ୍କ ସହ ୧୩ ଜଣ ମନ୍ତ୍ରୀ ଶପଥ ନେଇଥିଲେ।

୧. ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ: କୃଷି ଓ କୃଷକ ସଶକ୍ତୀକରଣ ଏବଂ ଶକ୍ତି ବିଭାଗ
୨. ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା: ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଏବଂ ପର୍ଯ୍ୟଟନ ବିଭାଗ
୩. ସୁରେଶ ପୂଜାରୀ: ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା
୪. ରବି ନାୟକ: ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ
୫. ନିତ୍ୟାନନ୍ଦ ଗଣ୍ଡ: ବିଦ୍ୟାଳୟ ଓ ଗଣଶିକ୍ଷା, ଏସସି/ଏସଟି ଉନ୍ନୟନ, ସଂଖ୍ୟାଲଘୁ ବିଭାଗ
୬. କୃଷ୍ଣଚନ୍ଦ୍ର ପାତ୍ର: ଖାଦ୍ୟ ଯୋଗାଣ ଏବଂ ବିଜ୍ଞାନ ଓ ପ୍ରଯୁକ୍ତି
୭. ପୃଥ୍ୱୀରାଜ ହରିଚନ୍ଦନ: ଆଇନ୍, ପୂର୍ତ୍ତ ଏବଂ ଅବକାରୀ
୮. ମୁକେଶ ମହାଲିଙ୍ଗ: ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଏବଂ ସଂସଦୀୟ ବ୍ୟାପାର
୯. ବିଭୂତି ଭୂଷଣ ଜେନା: ବାଣିଜ୍ୟ ଓ ପରିବହନ ଏବଂ ଇସ୍ପାତ ଓ ଖଣି
୧୦. କୃଷ୍ଣଚନ୍ଦ୍ର ମହାପାତ୍ର: ଗୃହ ଓ ନଗର ଉନ୍ନୟନ ଏବଂ ସାଧାରଣ ଉଦ୍ୟୋଗ ବିଭାଗ
୧୧. ଗଣେଶରାମ ସିଂଖୁଣ୍ଟିଆ: ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ
୧୨. ସୂର୍ଯ୍ୟବଂଶୀ ସୂରଜ: ଉଚ୍ଚଶିକ୍ଷା, କ୍ରୀଡ଼ା, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି
୧୩. ପ୍ରଦୀପ ବଳସାମନ୍ତ: ସମବାୟ, ହସ୍ତତନ୍ତ
୧୪. ଗୋକୁଳାନନ୍ଦ ମଲ୍ଲିକ: ମତ୍ସ୍ୟ ଓ ପ୍ରାଣୀ ସମ୍ପଦ, ଏମଏସଏମଇ
୧୫. ସମ୍ପଦ ଚନ୍ଦ୍ର ସ୍ୱାଇଁ: ଖଣି, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା

Comments are closed.