www.samajalive.in
Saturday, December 6, 2025
15.1 C
Bhubaneswar

‘ଆମ ଅଧିକାର’ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

ଭୁବନେଶ୍ୱର : କଳା କୃଷି ଆଇନ୍ ବାତିଲ ଦାବିରେ ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ଡ଼ାକରାକୁ ସମର୍ଥନ ଜଣାଇ ‘ଆମ ଅଧିକାର’ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। କୋଭିଡ଼ କଟକଣାକୁ ଦୃଷ୍ଟିରେ ରଖି ‘ଆମ ଅଧିକାର’ ପକ୍ଷରୁ ଏଜି ଛକରୁ ଏକ ପ୍ରତିବାଦ ଶୋଭାଯାତ୍ରା ବାହାରିଥିଲା। କୃଷି ଓ କୃଷକ ବିରୋଧୀ କଳା ଆଇନ ବିରୋଧୀ ପ୍ଲାକାର୍ଡ଼ ଓ ବ୍ୟାନର ଧରି କର୍ମକର୍ତ୍ତାମାନେ ରାଜଭବନ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସଂଗଠନର ରାଜ୍ୟ ଅବାହାକ ଅମିୟ ପାଣ୍ଡବ, ସାଧାରଣ ସମ୍ପାଦକ ଗଣେଶ ଦାଶ, ସଞ୍ଜୟ କୁମାର ପରିଡ଼ା, ବିଶ୍ୱଭୂଷଣ ମହାପାତ୍ର ଓ ଶଙ୍କର ବେହେରା ପ୍ରମୁଖଙ୍କ ନେତୃତ୍ୱରେ ଏକ ପ୍ରତିନିଧି ମଣ୍ଡଳୀ ରାଜଭବନ କର୍ତ୍ତୃପକ୍ଷଙ୍କୁ ସାକ୍ଷାତ୍ କରି ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରିଥିଲେ। ଏହି ଆଇନ ପ୍ରତ୍ୟାହାର ନହେବା ଯାଏ ଆନ୍ଦୋଳନ ଚାଲୁ ରହିବ ବୋଲି ସଂଗଠନର ନେତୃବୃନ୍ଦ ଘୋଷଣା କରିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories