ସମାଜ ଡିଜିଟାଲ ଡେସ୍କ: ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ରାସ୍ତାମଝିରେ ଜଳିଗଳା ଆମ ବସ। କଟକରୁ ଖୋର୍ଦ୍ଧା ଯାଉଥିବା ସମୟରେ ୧୬ ନମ୍ବର ଜାତୀୟ ରାଜପଥର ଗଡ଼ ଖୋର୍ଦ୍ଧା ନିକଟରେ ଗୁରୁବାର ଏହି ଅଘଟଣ ଘଟିଛି। ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଥିବା ସୂଚନା ମିଳିଛି। କେହି ମୃତାହତ ହୋଇଥିବା ଜଣାପଡ଼ିନାହିଁ। ଖବରପାଇ ଅଗ୍ନିଶମ କେନ୍ଦ୍ରରୁ ଦମକଳ ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି।



