www.samajalive.in
Saturday, December 13, 2025
17.1 C
Bhubaneswar

ବଡ଼ସାହିରେ ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ

ବଡ଼ସାହି : ବୁଧବାର ବଡ଼ସାହି ବ୍ଲକରେ ‘ଆମ ଗାଁ, ଆମ ବିକାଶ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମଇସ୍କୁଲରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ତିତିଲି ପାଇଁ ପ୍ରତିକୂଳ ପାଗ ସତ୍ତ୍ବେ ୩୦ଟି ପଞ୍ଚାୟତରୁ ୨୦ହଜାରରୁ ଊର୍ଦ୍ଧ୍ବ ପୁରୁଷ ଓ ମହିଳା ଯୋଗଦେଇଥିଲେ। ବ୍ଳକରେ ହେବାକୁ ଥିବା ୩୧୧ଟି ପ୍ରକଳ୍ପ ନିମନ୍ତେ ୭କୋଟି ୫୦ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତି। ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନ୍ସ ଯୋଗେ ଏହି ସୂଚନା ଉପସ୍ଥିତ ଜନସାଧାରଣଙ୍କୁ ଜଣାଇଛନ୍ତି। ଆପଣମାନେ ଏଥିରେ ଖୁସି? ବୋଲି ମୁଖମନ୍ତ୍ରୀଙ୍କ ପ୍ରଶ୍ନର ଉତ୍ତରରେ ‘ହଁ ଆମେ ବହୁତ ଖୁସି’ ସମସ୍ତେ କହିଥିଲେ। ଏଥିସହିତ ବ୍ଲକ ଅଧ୍ୟକ୍ଷା ଲକ୍ଷ୍ମୀ ସିଂ ସମସ୍ତଙ୍କ ପକ୍ଷରୁ କୃତଜ୍ଞତା ଜଣାଇଥିଲେ। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ମୟୂରଭଞ୍ଜ ଜିଲା ପର୍ଯ୍ୟବେକ୍ଷକ ତଥା ନୟାଗଡ ବିଧାୟକ ଅରୁଣ ସାହୁ, ବାରିପଦା ବିଧାୟକ ତଥା ଉପବାଚସ୍ପତି ସାନନ୍ଦ ମାରାଣ୍ଡି, ବଡ଼ସାହି ବିଧାୟକ ଗଣେଶ୍ୱର ପାତ୍ର, ମୟୂରଭଞ୍ଜ ଆଦିବାସୀ ଉନ୍ନୟନ ପରିଷଦର ଅଧ୍ୟକ୍ଷ ଦେବାଶିଷ ମାରାଣ୍ଡି, ଜିଲାପାଳ ବୀନିତ ଭରଦ୍ୱାଜ, ବ୍ଲକ ଉପାଧ୍ୟକ୍ଷ ଅର୍ନ୍ତଯ୍ୟାମୀ ବେହେରା, ବିଜେଡ଼ି ପର୍ଯ୍ୟବେକ୍ଷକ କ୍ଷୀରୋଦ ରାଉତ, ବାଲେଶ୍ୱର ସାଂସଦଙ୍କ ପ୍ରତିନିଧି ରାକେଶ ମହାପାତ୍ର ଓ କେଶବ ଚନ୍ଦ୍ର ସାହୁଙ୍କ ସମେତ ବିଭିନ୍ନ ପଞ୍ଚାୟତରୁ ଆସିଥିବା ସରପଞ୍ଚ ସମିତିସଭ୍ୟ/ସଭ୍ୟାମାନେ ଉପସ୍ଥିତ ଥିଲେ। ବଡ଼ସାହି ବିଡିଓ ରବୀନ୍ଦ୍ର କୁମାର ପ୍ରଧାନଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ଅତିରିକ୍ତ ତହସିଲଦାର, ମେଡ଼ିକାଲ ଅଫିସର, ବିଇଓ, ସିଡ଼ିପିଓ ଓ ଅନ୍ୟାନ୍ୟ କର୍ମଚାରୀ ଏଥିରେ ସହଯୋଗ କରିଥିଲେ। ବଡ଼ସାହି, ବେତନଟୀ ଓ ବୈଶିଙ୍ଗା ପୁଲିସ୍‍ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ମୁତୟନ ଥିଲେ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories