www.samajalive.in
Sunday, December 7, 2025
15.1 C
Bhubaneswar

କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମର ଶୁଭାରମ୍ଭ

ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା, ମମତା ଯୋଜନାରେ ମା’ ମାନଙ୍କୁ ୫ ହଜାର ଟଙ୍କା, ମିଶନ ଶକ୍ତିରେ ମା’ ମାନଙ୍କୁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବିନା ସୁଧରେ ଋଣ,

ଡେସ୍କ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ “ଆମ ଓଡିଶା ନବୀନ ଓଡିଶା” କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। “ଆମ ଓଡିଶା, ନବୀନ ଓଡିଶା” କାର୍ଯ୍ୟକ୍ରମ ଅଧିନରେ କଳାହାଣ୍ଡି ଜିଲ୍ଲାରେ ୧୫୫ କୋଟି ଟଙ୍କା ବ୍ୟୟରେ ୪ ହଜାର ୬୭୮ ପ୍ରକଳ୍ପ ଏବଂ ନବରଙ୍ଗପୁର ଜିଲ୍ଲାରେ ୯୪ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟରେ ୨ହଜାର ୯୪୨ ଗୋଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏହା ଦ୍ବାରା ଉଭୟ ଜିଲ୍ଲାରେ ମୌଳିକ ଭିତ୍ତିଭୂମି ​କ୍ଷେତ୍ରରେ ବିକାଶ ଘଟିବା ସହ ଆଦିବାସୀ ସଂସ୍କୃତିର ବିକାଶ ଘଟିବ।

- Advertisement -

ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ନବମ ଦିନରେ କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି।  କଳାହାଣ୍ଡି ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୧୫୫ କୋଟି ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ଜୁନାଗଡ, ଲାଞ୍ଜିଗଡ, ନର୍‌ଲା, ଧର୍ମଗଡ, ଭବାନିପାଟଣା । ଏହିସବୁ ନିର୍ବାଚନମଣ୍ଡଳୀର ୧୩ଟି ବ୍ଲକ୍‌‌ର ୩୧୦ଟି ଗ୍ରାମ ପଞ୍ଚାୟତରେ ୪୬୭୮ଟି ପ୍ରକଳ୍ପ ହେବ। ସେହିପରି ନବରଙ୍ଗପୁର ଜିଲ୍ଲାର ୪ଟି ନିର୍ବାଚନମଣ୍ଡଳୀ ପାଇଁ ୯୪.୫୦ କୋଟି ଟଙ୍କା ମଂଜୁର ହୋଇଛି। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ଡାବୁଗାଁ, ନବରଙ୍ଗପୁର, ଉମରକୋଟ, ଝରିଗାଁ। ଏଥିରେ ୧୦ଟି ବ୍ଲକ୍‌ର ୧୮୯ଟି ଗ୍ରାମପଞ୍ଚାୟତରେ ୨୯୪୨ଟି ପ୍ରକଳ୍ପ କରାଯିବ।

ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଂସ୍କୃତିର ପ୍ରସାର ଓ ଆଧୁନିକ ଭିତ୍ତିଭୂମିର ଉନ୍ନତି ଆମର ଗାଁଗୁଡିକୁ ବିକାଶର ଶିଖରରେ ପହଞ୍ଚାଇବ। ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମରେ ଗାଁଗୁଡିକ ହେବ ରୂପାନ୍ତରର ପ୍ରକୃତ କେନ୍ଦ୍ର। ଗାଁର ଲୋକମାନେ ହିଁ ନୂଆ ଓଡିଶାର ପରିଚୟ ସୃଷ୍ଟି କରିବେ ବୋଲି ସେ କହିଥିଲେ। ସେ ପୁଣି କହିଲେ ଯେ ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତା’ର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା । ନବୀନ ଓଡିଶାର ପରିଚୟ ନେଇ ରାଜ୍ୟର ପ୍ରତି ଗାଁ ବିକାଶର ମାର୍ଗରେ ଆଗକୁ ବଢିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଗାଁରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ । ବିଜ୍ଞାନ ପାର୍କ ହେବ । ଦକ୍ଷତା ବିକାଶ କେନ୍ଦ୍ର ହେବ । Works hub ହେବ । Banking ସୁବିଧା ମିଳିବ। ଏହି କାର୍ଯ୍ୟକ୍ରମରେ ଗାଁର primary school ଗୁଡିକ ମଧ୍ୟ ସାମିଲ ହେବ। ଏହା ଆମର ଯୁବ ସମାଜ ପାଇଁ, ମା’ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର ପରିଚୟକୁ ଆହୁରି ଉଜ୍ଜଳ କରିବ।

ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ।

୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟକ୍ରମ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିଛି ବୋଲି କହିଥିଲେ।

ଜୁନାଗଡରେ ଉପସ୍ଥିତ ବିଧାୟକ ଦିବ୍ୟଶଙ୍କର ମିଶ୍ର କହିଲେ ଯେ କଳାହାଣ୍ଡିରେ ମେଡିକାଲ କଲେଜ, ବିଶ୍ୱବିଦ୍ୟାଳୟ ଆଦି ପ୍ରତିଷ୍ଠା କରି ମୁଖ୍ୟମନ୍ତ୍ରୀ ଶିକ୍ଷାର ବିକାଶ ଜରିଆରେ ଜିଲ୍ଲାକୁ ମା ସରସ୍ୱତୀକୁ ଆଣିଛନ୍ତି। ପୂର୍ବରୁ ଇନ୍ଦ୍ରାବତୀ ଜରିଆରେ ମା ଗଙ୍ଗାଙ୍କୁ ଆଣିଛନ୍ତି ଏବଂ ନିକଟରେ ପରିବହନ ବ୍ୟବସ୍ଥାରେ ମା ଲକ୍ଷ୍ମୀଙ୍କୁ ମଧ୍ୟ ଆଣିଛନ୍ତି। ଏବେ କଲାହାଣ୍ଡିରେ ମୁଖ୍ୟମନ୍ତ୍ରୀଙ୍କ ପାଇଁ ତିନି ଦେବୀଙ୍କ ଆଶୀର୍ବାଦ ମିଳିଛି। ନର୍‌ଲାରେ ଉପସ୍ଥିତ ବିଧାୟକ ଭୂପିନ୍ଦର ସିଂ କହିଲେ ଯେ ମୁଖ୍ୟମନ୍ତ୍ରୀ ସବୁବେଳେ କହନ୍ତି କଳାହାଣ୍ଡି ତାଙ୍କ ହୃଦୟରେ ଅଛି। ଆଜି ସେ ତାହା କାର୍ଯ୍ୟରେ କରି ଦେଖାଇଛନ୍ତି।

ନବରଙ୍ଗପୁର ଝରିଗାଁରେ ଉପସ୍ଥିତ ବିଧାୟକ ପ୍ରକାଶ ଚନ୍ଦ୍ର ମାଝୀ ଏବଂ ଅନ୍ୟ ବିଧାୟକମାନେ କହିଥିଲେ ଯେ ୫-ଟି ଅଧ୍ୟକ୍ଷ ଜିଲ୍ଲାଗସ୍ତ ସମୟରେ ଆମର ଯେଉଁ ସବୁ ପ୍ରସ୍ତାବ ନେଇଥିଲେ ସେସବୁ ମାତ୍ର ୭ଦିନ ଭିତରେ ସମାଧାନ ହୋଇଗଲା । ଏଭଳି ଅନୁଭବ ଆମ ନବରଙ୍ଗପୁର ଜିଲ୍ଲାବାସୀଙ୍କ ପାଇଁ ସମ୍ପୂର୍ଣ୍ଣ ଭାବେ ନୂଆ ଓ ବିରଳ। କାର୍ଯ୍ୟକ୍ରମରେ ଉଭୟ ଜିଲ୍ଲାର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories