www.samajalive.in
Monday, December 15, 2025
16.1 C
Bhubaneswar

ଶିଶୁ ଦିବସରେ ‘ଆମ କୁନିପିଲା’ ଯୋଜନାର ଶୁଭାରମ୍ଭ, ଏବେ ଘରର ପୁରୁଷ ସଦସ୍ୟଙ୍କୁ କରାଯିବ ଶିଶୁ ଯତ୍ନରେ ସମ୍ପୃକ୍ତି

ଭୁବନେଶ୍ୱର : ପ୍ରତ୍ୟେକ ଶିଶୁର ପ୍ରଥମ ହଜାର ଦିନ ହେଉଛି ଗଭୀର ସମ୍ବେଦନଶୀଳ ସମୟ। ଏହି ପ୍ରଥମ ହଜାର ଦିନରେ ଶିଶୁଙ୍କ ମସ୍ତିଷ୍କର ବିକାଶ ଓ ଶାରୀରିକ ବିକାଶ ଆରମ୍ଭ ହୋଇଥାଏ ଓ ଜୀବନବ୍ୟାପୀ ସ୍ଵାସ୍ଥ୍ୟର ମୂଳଦୁଆ ପଡିଥାଏ। ଏହି ସମୟ ମଧ୍ୟରେ ଉଭୟ ମା ଓ ଶିଶୁର ଯତ୍ନ ଓ ପୁଷ୍ଟିକର ପୋଷଣ ଉପରେ ଶିଶୁ ର ବୃଦ୍ଧି ନିର୍ଭର କରିଥାଏ। ଆଜି ଶିଶୁ ଦିବସ ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ବାର୍ତ୍ତାରେ ଓଡ଼ିଶାର ଶିଶୁମାନଙ୍କୁ ଶୁଭେଚ୍ଛା ଦେଇ କହିଛନ୍ତି ଯେ ଶିଶୁମାନେ ହେଉଛନ୍ତି ଦେଶର ଶକ୍ତି ଓ ପ୍ରଗତିର ସୂତ୍ରଧର। ଶୈଶବ କାଳରୁ ଶିଶୁମାନଙ୍କୁ ଉଚିତ ଶିକ୍ଷା, ସ୍ବାସ୍ଥ୍ୟସେବା ଓ ପରିବେଶ ପ୍ରଦାନ କରାଗଲେ ସେମାନେ ଜଣେ ଜଣେ ସୁନାଗରିକ ହୋଇପାରିବେ। ମୁଖ୍ୟମନ୍ତ୍ରୀଙ୍କ ଏହି ଦିଗଦର୍ଶନକୁ ଅନୁସରଣ କରି ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଆଜି ପବିତ୍ର ଶିଶୁ ଦିବସରେ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଯାଇଛି ‘ଆମ କୁନିପିଲା’ କାର୍ୟ୍ୟକ୍ରମ। ଏହି କାର୍ୟ୍ୟକ୍ରମରେ ନିଜ ପରିବାରରେ ଶିଶୁର ଯତ୍ନ, ତିନି ବର୍ଷରୁ କମ ପିଲାମାନଙ୍କ ପାଳନରେ ଉଭୟ ପିତାମାତା ଦ୍ଵାୟିତ୍ଵ ସହ ସେମାନଙ୍କ ଶିଶୁ ଯତ୍ନ ଭିତ୍ତିକ ଦକ୍ଷତା ବୃଦ୍ଧି ଓ କମ୍ ମୂଲ୍ୟ ରେ ତିଆରି ଖେଳଣା ମାଧ୍ୟମରେ ଶିଶୁମାନଙ୍କ ମସ୍ତିଷ୍କ ବିକାଶ ଉପରେ ଗୁରୁତ୍ଵ ଦିଆଯାଇଛି।

ପିତାମାତା ଓ ପରିବାରର ଅନ୍ୟ ଯତ୍ନ ପ୍ରଦାନକାରୀଙ୍କୁ ଶିଶୁର ପ୍ରାରମ୍ଭିକ ବର୍ଷ ପ୍ରତି ସମ୍ବେଦନଶୀଳ କରେଇବା, ପରିବାରର ପୁରୁଷ ମାନଙ୍କୁ ଶିଶୁ ଯତ୍ନରେ ସମ୍ପୃକ୍ତି କରିବା, ପିତାମାତା ଓ ପରିବାର ଅନ୍ୟ ଯତ୍ନ ପ୍ରଦାନକାରୀଙ୍କ ଦ୍ବାରା କମ୍ ମୂଲ୍ୟର ପରିବେଶ ଅନୁକୁଳ ସାମଗ୍ରୀ ଓ ଖେଳଣା ସହିତ ଶିଶୁ ମାନଙ୍କୁ ନିଯୋଜିତ କରିବା, ଅଙ୍ଗନବାଡିକର୍ମୀଙ୍କ ଦ୍ବାରା ଖେଳଣା, ଗପ ଏବଂ ସ୍ନେହଭରା କଥା,ଭଲ ପାଇବା, ସ୍ପର୍ଶ ଓ ଖେଳ ଦ୍ବାରା ଶିଶୁମାନଙ୍କୁ ଏକ ସକରାତ୍ମକ ପରିବେଶ ଦେବା ସହ ସେମାନଙ୍କୁ ସକ୍ରିୟ କରେଇବା ଆଦି ଏହି କାର୍ୟ୍ୟକ୍ରମର ମୂଳ ଲକ୍ଷ୍ୟ। ଏହି ଅଭିଯାନରେ ସାମାଜିକ ଆଚରଣ ଯୋଗାଯୋଗ ସାମଗ୍ରୀ (ଏସବିସିସି) ଦ୍ବାରା ପିତାମାତା,ପରିବାରର ଅନ୍ୟ ଯତ୍ନ ପ୍ରଦାନକାରୀ ତଥା ଅଙ୍ଗନବାଡିକର୍ମୀଙ୍କ କାର୍ୟ୍ୟକାରିତାକୁ ଆହୁରି ପ୍ରଭାବଶାଳୀ କରାଯାଇପାରିବ। ଏକ ଉତ୍ସାହଜନକ ପରିବେଶ ସୃଷ୍ଟି କରି ପିତାମାତାଙ୍କ ନେତୃତ୍ୱାଧୀନରେ ଘରେ ହିଁ ଆନନ୍ଦଦାୟକ ଶିଶୁ ବନ୍ଧୁତ୍ୱପୂର୍ଣ୍ଣ ଶିକ୍ଷଣକୁ ପ୍ରୋତ୍ସାହିତ କରିବା ପାଇଁ ‘ଆମ କୁନି ପିଲା’ କାର୍ୟ୍ୟକଳାପ ଧାର୍ଯ୍ୟ କରାଯାଇଛି। ଏହି କାର୍ଯ୍ୟକ୍ରମକୁ ସୁଦୃଢ କରିବା ପାଇଁ ବିଭିନ୍ନ ସୂଚନାତ୍ମକ ସାମଗ୍ରୀ ଯଥା ମୋ ବିକାଶ ପତ୍ର, କୁନି କାଲେଣ୍ଡର, ଆମ କୁନି ପିଲା ଫିଲ୍ପ ବୁକ୍, ସୁଖଦ ଲାଳନ ପାଳନ ହାଣ୍ଡ ବୁକ୍ ଓ ଆମ କୁନି ପିଲା ଟଏ କିଟ୍ ଆଦିକୁ ମଧ୍ୟ ପ୍ରସ୍ତୁତ କରାଯାଇଛି।

Hot this week

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

ଆଜିର ରାଶିଫଳ ; ସରକାରଙ୍କ ପ୍ରିୟପାତ୍ର ହୋଇପାରନ୍ତି ଆପଣ

ମେଷ : ଇନ୍ଦ୍ରୀୟ ଲାଳସା ନିର୍ବାପିତ କରିବାରେ ସିଦ୍ଧହସ୍ତ ହୋଇପାରନ୍ତି। ଧର୍ମଧ୍ବଜାଧାରୀ...

ଦିଲ୍ଲୀ ବାୟୁମଣ୍ଡଳ ସ୍ଥିତି ଉଦ୍‌ବେଗଜନକ: ଏକାଧିକ ସ୍ଥାନରେ ଏକ୍ୟୁଆଇ ୫୦୦ ଛୁଇଁଲା

ନୂଆଦିଲ୍ଲୀ: ବିଗତ କିଛି ଦିନ ଧରି ଦିଲ୍ଲୀ ସମେତ ସମଗ୍ର ଏନ୍‌ସିଆରରେ...

ପ୍ରେମରେ ବିଫଳ ପ୍ରେମିକର ଉନ୍ମତକାଣ୍ଡ: ପ୍ରେମିକା ସହ ନିଜ ବେକ କାଟିଦେଲା

ଫୁଲବାଣୀ: ପ୍ରେମରେ ବିଫଳ ହେବାପରେ ପ୍ରେମିକ ଘଟାଇଛି ଉନ୍ମତ୍ତକାଣ୍ଡ। ଛୁରିରେ ପ୍ରେମିକା...

Related Articles

Popular Categories