www.samajalive.in
Monday, December 15, 2025
26.1 C
Bhubaneswar

ନବୀନଙ୍କ ହାତ ଛାଡିବେ ଅମର: ବିଜେପିରେ ସାମିଲ ହେବା ନେଇ ଚର୍ଚ୍ଚା

ଭୁବନେଶ୍ୱର: ବିଜେଡିର ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ହାତ ଛାଡ଼ି ଦେବେ ବୋଲି ରାଜନୈତିକ ମହଲରେ ଜୋର୍‌ଦାର ଚର୍ଚ୍ଚା ହେଉଛି। ଅମର ବିଜେଡି ଛାଡି ବିଜେପିରେ ମିଶିପାରନ୍ତି। ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଏକ ବଡ଼ ଧରଣର ମିଶ୍ରଣ ପର୍ବ ଅନୁଷ୍ଠିତ ହେଉଛି । ଯେଉଁଥିରେ ଅମର ପଟ୍ଟନାୟକ ସାମିଲ ହୋଇପାରନ୍ତି ବୋଲି ଚର୍ଚ୍ଚା ଜୋର ଧରିଛି । ଅମରଙ୍କ ସହ ଆଜି ଆଉ ଦୁଇ ବିଜେଡି ନେତା ପଦ୍ମ ଧରିପାରନ୍ତି।

ଏହି ମିଶ୍ରଣ ସଭାରେ ରାଜ୍ୟ ସଭାପତି ଓ ପ୍ରଭାରୀଙ୍କ ଉପସ୍ଥିତିରେ ସାମିଲ୍ ହୋଇପାରନ୍ତି । ପୂର୍ବତନ ବିଧାୟକ ପ୍ରକାଶ ଚନ୍ଦ୍ର ବେହେରା ଏବଂ ବିଜେଡିରୁ ବିତାଡ଼ିତ ଶ୍ରୀମୟୀ ମିଶ୍ର ଭାଜପାରେ ସାମିଲ ହୋଇପାରନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ପ୍ରଭାରୀ ବିଜୟ ସିଂ ତୋମର ପ୍ରମୁଖଙ୍କ ଉପସ୍ଥିତିରେ ଅମର ପଟ୍ଟନାୟକ ଓ ନୂଆପଡ଼ା ନିର୍ବାଚନ ମଣ୍ଡଳୀର କେତେକ ପ୍ରମୁଖ ବିଜେଡି ନେତା ପଦ୍ମ ଧରିବେ ବୋଲି କୁହାଯାଉଛି ।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories