www.samajalive.in
Saturday, December 6, 2025
15.1 C
Bhubaneswar

ଫେରାର କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ

ନୀଳଗିରି: ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରୁ ଗିରଫ ହୋଇଛନ୍ତି । ଜଣେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବାରମ୍ବାର ଶାରୀରିକ ସମ୍ପର୍କ ରଖିଥିବା ଏବଂ ଦୁଷ୍କର୍ମ କରିଥିବା ଅଭିଯୋଗରେ କମିଶନରେଟ ପୁଲିସ ୫ଜଣ ସହଯୋଗୀଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିବାବେଳେ ମୁଖ୍ୟ ଅଭିଯୁକ୍ତ କର୍ପୋରେଟର ଅମରେଶ ଜେନା ଫେରାର ଥିଲେ। ସେ ରାଜ୍ୟ ବାହାରକୁ ଫେରାର ହୋଇଯାଇଥିବା ନେଇ ବିଭିନ୍ନ ଗଣମାଧ୍ୟମରେ ଚର୍ଚ୍ଚା ହୋଇଥିଲା। ଭୁବନେଶ୍ୱରସ୍ଥିତ ଲକ୍ଷ୍ମୀସାଗର ଥାନା ପୁଲିସ ଏନେଇ ଏକ ସ୍ୱତନ୍ତ୍ର ଟିମ୍ ଗଠନ କରିଥିଲା। ରବିବାର ପୂର୍ବାହ୍ନ ୧୧ଟା ସମୟରେ ନୀଳଗିରି ବ୍ଲକ ବରହମପୁର ଥାନା ଅଧୀନ କଳାକାଦ ଗାଁରୁ ସମ୍ପୃକ୍ତ କର୍ପୋରେଟରଙ୍କୁ ଗିରଫ କରାଯାଇଛି। କମିଶନରେଟ ପୁଲିସଙ୍କ ସମେତ ବରହମପୁର ଥାନା ଆଇଆଇସି ପ୍ରେମଦା ନାୟକ ସାଦା ପୋଷାକରେ ଆସି କଳାକାଦ ଗାଁର ନିରୋଦ ମହାନ୍ତିଙ୍କ ଘରୁ ଫେରାର କର୍ପୋରେଟରଙ୍କୁ ବାନ୍ଧିଛନ୍ତି। ଅଧିକ ତଦନ୍ତ ତଥା ଜେରା ପାଇଁ ତାଙ୍କୁ ବରହମପୁର ଥାନାକୁ ନିଆଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories