www.samajalive.in
Saturday, December 6, 2025
14.1 C
Bhubaneswar

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଦ୍ବାରା ୪୨ଟି ୧୦୮ ଆମ୍ବୁଲାନ୍ସ ଲୋକାର୍ପିତ

ଭୁବନେଶ୍ବର: ଜରୁରୀକାଳୀନ ୧୦୮ ଆମ୍ବୁଲାନ୍ସ ସେବାରେ ଯୋଡି ହୋଇଛି ଆଉ ୪୨ଟି ଆମ୍ବୁଲାନ୍ସ। ବୁଧବାର ଦିନ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ଆଇନ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ପ୍ରତାପ ଜେନା ଏହି ଆମ୍ବୁଲାନ୍ସକୁ ଲୋକାର୍ପିତ କରିଛନ୍ତି। ଫଳରେ ରାଜ୍ୟରେ ଜରୁରୀକାଳୀନ ଆମ୍ବୁଲାନ୍ସ ସଂଖ୍ୟା ୫୧୨କୁ ବୃଦ୍ଧି ପାଇଛି। ଏତଦବ୍ୟତୀତ ଗର୍ଭବତୀ ମା’ ଏବଂ ଅସୁସ୍ଥ ଶିଶୁଙ୍କୁ ଡାକ୍ତରଖାନା ନେବା ନିମନ୍ତେ ୫୦୦ଟି ୧୦୨ ଆମ୍ବୁଲାନ୍ସ ରହିଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ୨୦୧୩ ମାର୍ଚ୍ଚ ମାସରୁ ଜରୁରିକାଳୀନ ଆମ୍ବୁଲାନ୍ସ ସେବା ଆରମ୍ଭ ହୋଇଛି। ଏ ପର୍ଯ୍ୟନ୍ତ ୩୮ଲକ୍ଷରୁ ଉର୍ଦ୍ଧ୍ବ ଲୋକ ଏହି ସେବା ଦ୍ବାରା ଉପକୃତ ହୋଇଛନ୍ତି। ମାତୃ ଓ ଶିଶୁ ମୃତ୍ୟୁହାର ହ୍ରାସ କ୍ଷେତ୍ରରେ ମଧ୍ୟ ଏହି ସେବା ଗୁରୁତ୍ବପୁର୍ଣ୍ଣ ଭୂମିକା ନିର୍ବାହ କରିଛି। ଏହି ଅବସରରେ ମନ୍ତ୍ରୀ ଶ୍ରୀ ଜେନା ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ରାଜ୍ୟରେ ବିଶେଷ କରି ଆଦିବାସୀ ଅଧ୍ୟୁଷିତ ଜିଲାମାନଙ୍କରେ ଜରୁରିକାଳୀନ ସେବାକୁ ଅଧିକ ପ୍ରସାରିତ କରିବା ନିମନ୍ତେ ଏବଂ ସେବାର କ୍ରମବର୍ଦ୍ଧିଷ୍ଣୁ ଚାହିଦାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନିଜସ୍ବ ପାଣ୍ଠିରୁ ଆଉ ଅତିରିକ୍ତ ୯୨ଟି ୧୦୮ ଆମ୍ବୁଲାନ୍ସର ବ୍ୟବସ୍ଥା କରିଛନ୍ତି। ଏଥିରୁ ୨୮ଟି ବି.ଏଲ୍.ଏସ୍ ଆମ୍ବୁଲାନ୍ସକୁ ଉନ୍ନତିକରଣ ପୂର୍ବକ ଏ.ଏଲ୍.ଏସ୍ ଆମ୍ବୁଲାନ୍ସରେ ରୂପାନ୍ତରିତ କରିବା ନିମନ୍ତେ ସରକାର ନିଜସ୍ବ ପାଣ୍ଠିରୁ ଆବଶ୍ୟକୀୟ ଅର୍ଥ ପ୍ରଦାନ କରିଛନ୍ତି। ଏହି ଅତିରିକ୍ତ ଆମ୍ବୁଲାନ୍ସ ଗୁଡିକ ପାଇଁ ଆସନ୍ତା ୫ବର୍ଷ ନିମନ୍ତେ ସରକାର ୯୦ କୋଟି ଟଙ୍କା ବ୍ୟୟ କରିଛନ୍ତି ବୋଲି ମନ୍ତ୍ରୀ ଶ୍ରୀ ଜେନା କହିଛନ୍ତି।

- Advertisement -

ଏହି ଅତିରିକ୍ତ ୯୨ଟି ଆମ୍ବୁଲାନ୍ସକୁ ମୁଖ୍ୟମନ୍ତ୍ରୀ ଗତ ଡିସେମ୍ବର ମାସରେ ଜନସାଧାରଣଙ୍କ ନିମନ୍ତେ ଉତ୍ସର୍ଗ କରିବା ସହିତ ୨୪ଟି ଆମ୍ବୁଲାନ୍ସ ଲୋକାର୍ପିତ କରିଥିଲେ। ଗତ ଜୁଲାଇ ମାସରେ ସ୍ବାସ୍ଥ୍ୟମନ୍ତ୍ରୀ ଶ୍ରୀ ଜେନା ଆଉ ୨୬ଟି ଆମ୍ବୁଲାନ୍ସର ସେବା ଆରମ୍ଭ କରିଥିଲେ ଏବଂ ଆଜି ଆଉ ବାକି ୪୨ଟି ଆମ୍ବୁଲାନ୍ସ ସେବାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଆୟୋଜିତ ଉତ୍ସବରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କମିଶନର ତଥା ଶାସନ ସଚିବ ଡଃ. ପ୍ରମୋଦ କୁମାର ମେହେର୍ଦ୍ଦା, ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦେଶିକା ଶାଳିନୀ ପଣ୍ଡିତ, ରାଜ୍ୟ ମେଡିକାଲ ନିଗମ ଏମ୍.ଡି ଅର୍ଚ୍ଚନା ପଟ୍ଟନାୟକ ଏବଂ ୧୦୮ ଆମ୍ବୁଲାନ୍ସ ସେବା ପରିଚାଳନା ସଂସ୍ଥାର କର୍ମକର୍ତ୍ତାଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ପଦାଧିକାରୀମାନେ ଉପସ୍ଥିତ ଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories