www.samajalive.in
Friday, December 12, 2025
19.1 C
Bhubaneswar

ଚନ୍ଦ୍ରଗିରି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପକ୍ଷରୁ ଆରମ୍ଭ ହେଲା ଆମ୍ବୁଲାନ୍ସ

ମୋହନା : ଗଜପତି ଜିଲ୍ଲା ଚନ୍ଦ୍ରଗିରି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଅଞ୍ଚଳବାସୀଙ୍କ ସୁବିଧା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରଦାନ କରାଯାଇଥିବା ଏକ ଆମ୍ବୁଲାନ୍ସକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ. ପ୍ରଦୀପ କୁମାର ପାତ୍ର ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ୧୦୮ ଜରୁରୀ ପରିସ୍ଥିତିରେ ବାହାରକୁ ଯାଇଥିବା ଓ ସଠିକ ସ୍ଥାନରେ ପହଞ୍ଚିବାରେ ସମସ୍ୟା ଦେଖାଦେବା ଫଳରେ ହଠାତ ରୋଗୀଙ୍କୁ ନେବା ଆଣିବା କରିବାରେ ଏହି ଆମ୍ବୁଲାନ୍ସ କାର୍ଯ୍ୟ କରିବ । ଏହି ଆମ୍ବୁଲାନ୍ସ ବ୍ୟବହାର ପାଇଁ ରୋଗୀଙ୍କୁ ସରକାରଙ୍କ ନିୟମ ଅନୁଯାୟୀ ଅର୍ଥ ଦେବାକୁ ପଡ଼ିବ ବୋଲି ଡ. ପାତ୍ର କହିଛନ୍ତି । ଅଞ୍ଚଳବାସୀଙ୍କର ବହୁ ଦିନର ଆଶା ପୂରଣ ହୋଇଥିବାରୁ ସମସ୍ତେ ଖୁସିବ୍ୟକ୍ତ କରିଛନ୍ତି ଓ ଜିଲ୍ଲା ପ୍ରଶାସନକୁ ଧନ୍ୟବାଦ ଦେଇଛନ୍ତି । ଏହି କାର୍ଯ୍ୟକ୍ରମରେ ଭାରପ୍ରାପ୍ତ ଚିକିତ୍ସା ଅଧିକାରୀ ଡ.ଉଲ୍ଲାସ ରାଉତ ଓ ସ୍ୱାସ୍ଥ୍ୟ କେନ୍ଦ୍ରର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।

Hot this week

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

ବାଇକ ସ୍କୁଟି ମୁହାଁମୁହିଁ ଧକ୍କା- ୩ ମୃତ ୨ ଗୁରୁତର

ପାଟଣା - ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟା ସମୟରେ ଘଟଗାଁ ଥାନା...

ଗାଈ କଟାକୁ ନେଇ ଉତ୍ତେଜନା- ମାମଲା ରୁଜୁ

ଗୋପାଳପୁର - ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟସ୍ଥ ସୋରାବାଡି ଜଙ୍ଗଲରେ...

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

Related Articles

Popular Categories