www.samajalive.in
Sunday, December 7, 2025
26.1 C
Bhubaneswar

ଆମେରିକା କାନସାସ୍ ସହରରେ ଗୁଳିମାଡ଼: ଜଣେ ମୃତ,୨୨ ଆହତ

ନୂଆଦିଲ୍ଲୀ: ଆମେରିକାରେ ଗୁଳିକାଣ୍ଡ ଘଟଣା ଥମିବାର ନାଁ ନେଉନାହିଁ। ଲଗାତାର ଗୁଳିମାଡରେ ଲୋକଙ୍କ ଜୀବନ ଯାଉଛି। ଆମେରିକା ମିସୋରିର କାନସାସ୍ ସହରରେ ଏକ ରାଲି ସମୟରେ ଗୁଳିମାଡ ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୨୨ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ୨୨ ଆହତଙ୍କ ମଧ୍ୟରେ ଦୁଇ ଜଣ ଶିଶୁ ଥିବା ଜଣାପଡିଛି। ଆହତଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନା ମୂତାବକ ଗତ ରବିବାର ଦିନ ସୁପର ବୋଲର ଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଥିଲା। ଏହି ମ୍ୟାଚରେ କାନସାସ୍ ସିଟି ଟିମ୍ ବିଜୟୀ ହୋଇଥିଲା। ଏହି ବିଜୟ ଉତ୍ସବ ମନାଇବା ଲାଗି ସହରରେ ଏକ ରାଲି ଆୟୋଜିତ ହୋଇଥିଲା।  ଏହି ରାଲିରେ ଶହ ଶହ ଲୋକ ଭାଗ ନେଇଥିଲେ। ରାଲି ସମୟରେ କେହି ଦୁର୍ବୁତ୍ତ ଆସି ଆଖି ବୁଜା ଗୁଳି ଚଳାଇଥିଲା। ଗୁଳି ଶଦ୍ଦ ଶୁଣି ଲୋକମାନେ ଏଣେତେଣେ ଦୌଡିବାକୁ ଲାଗିଲେ। ଖବର ପାଇ ସୁରକ୍ଷାକର୍ମୀମାନେ ଘଟଣାସ୍ଥଳରେ ପହଞ୍ଚିଥିଲେ । ପୁଲିସ ଏହି ଘଟଣାରେ ୩ ଜଣଙ୍କୁ ଗିରଫ କରିଥିବା ସୂଚନା ମିଳିଛି।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories