www.samajalive.in
Sunday, December 14, 2025
17.1 C
Bhubaneswar

ସ୍କୁଲରେ ଆଖିବୁଜା ଗୁଳିମାଡ, ୩ ମୃତ

ଆମେରିକା : ଆମେରିକାର ଏକ ସ୍କୁଲରେ ପୁଣି ଫୁଟିଲା ଗୁଳି।  ଓ୍ବିସ୍କୋସିନରେ ଏକ ସ୍କୁଲରେ ଗୁଳିକାଣ୍ଡ ଯୋଗୁଁ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୬ ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି। ଗୁଳିମାଡ କରିଥିବା ଛାତ୍ର ଜଣଙ୍କ ପୁଲିସ୍ ଏନକାଉଣ୍ଟରରେ ମୃତ୍ୟୁବରଣ କରିଥିବା ଜଣାପଡିଛି। ଆବଣ୍ତାଣ୍ଟ ଲାଇଫ୍ ଖ୍ରୀଷ୍ଟୀଆନ୍ ସ୍କୁଲରେ ପ୍ରାୟ ୪୦୦ରୁ ଉର୍ଦ୍ଧ୍ବ ପିଲା ପାଠ ପଢୁଛନ୍ତି। ହଠାତ୍ ଆଜି ସକାଳୁ ଛାତ୍ରଛାତ୍ରୀମାନେ ସ୍କୁଲରେ ପାଠ ପଢୁଥିବା ସମୟରେ ଗୁଳିମାଡ ହୋଇଥିଲା। ଅଭିଯୁକ୍ତ ସମେତ ଜଣେ ଛାତ୍ର ଏବଂ ଜଣେ ଶିକ୍ଷକଙ୍କର ମୃତ୍ୟୁ ଘଟିଛି। ୬ ଗୁରୁତରଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।  ପରେ ଖବର ପାଇ ସ୍ଥାନୀୟ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି। ସେପଟେ ଏହି ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଜୋ ବାଇଡେନ୍। ସେ କହିଛନ୍ତି ଏଭଳି ହିଂସାକୁ ବରଦାସ୍ତ କରାଯିବନି। ଯେଉଁମାନେ ଛାତ୍ରଛାତ୍ରୀ ଏବଂ ତାଙ୍କ ପରିବାର ଲୋକ ଙ୍କୁ ଆଘାତ ଦେଇଛନ୍ତି , ସେଭଳି ଲୋକଙ୍କୁ କେବେ ବି ଛଡାଯିବ ନାହିଁ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories