www.samajalive.in
Sunday, December 14, 2025
15.1 C
Bhubaneswar

ଭୁବନେଶ୍ଵରରେ ପହଞ୍ଚିଲେ ହକି ତାରକା ଅମିତ ରୋହିଦାସ

ସମାଜ ଡିଜିଟାଲ ଡେସ୍କ: ପ୍ୟାରିସ ଅଲିମ୍ପିକ୍ସରେ କାଂସ୍ୟ ପଦକ ବିଜୟୀ ଭାରତୀୟ ହକି ଦଳର ଖେଳାଳି ଅମିତ ରୋହିଦାସ ଶୁକ୍ରବାର ଓଡ଼ିଶା ଫେରିଛନ୍ତି। ଶୁକ୍ରବାର ସକାଳେ ସେ ଭୁବନେଶ୍ଵର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ବିପୁଳ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ଭୁବନେଶ୍ଵର ଏକାମ୍ର ବିଧାୟକ ବାବୁ ସିଂହଙ୍କ ସମେତ ବିଭିନ୍ନ ସଂଗଠନ ପକ୍ଷରୁ ଅମିତଙ୍କୁ ସ୍ଵାଗତ କରାଯାଇଥିଲା। ଅମିତ ଚଳିତ ଅଲିମ୍ପିକ୍ସରେ କାଂସ୍ୟ ପଦକ ବିଜେତା ଭାରତୀୟ ଦଳରେ ଏକମାତ୍ର ଓଡ଼ିଆ ଭାବେ ସାମିଲ ହୋଇଥିଲେ। ଅଲିମ୍ପିକ୍ସରେ ଭାରତୀୟ ଦଳର ସଫଳତା ପରେ ରାଜ୍ୟ ସରକାର ଅମିତଙ୍କ ପାଇଁ ୪ କୋଟି ଟଙ୍କାର ପୁରସ୍କାର ଘୋଷଣା କରିଥିଲେ। ଏହା ସହତ ଟିମ୍‌ର ଅନ୍ୟ ଖେଳାଳି ଏବଂ କର୍ମଚାରୀମାନଙ୍କ ଓଡ଼ିଶା ସରକାରଙ୍କ ପକ୍ଷରୁ ୧୦ ଲକ୍ଷ ଏବଂ ୧୫ ଲକ୍ଷ ଟଙ୍କା ଲେଖାଏ ପୁରସ୍କାର ରାଶି ଘୋଷଣା କରାଯାଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories