www.samajalive.in
Saturday, December 6, 2025
26.1 C
Bhubaneswar

ଭୁବନେଶ୍ଵରରେ ପହଞ୍ଚିଲେ ହକି ତାରକା ଅମିତ ରୋହିଦାସ

ସମାଜ ଡିଜିଟାଲ ଡେସ୍କ: ପ୍ୟାରିସ ଅଲିମ୍ପିକ୍ସରେ କାଂସ୍ୟ ପଦକ ବିଜୟୀ ଭାରତୀୟ ହକି ଦଳର ଖେଳାଳି ଅମିତ ରୋହିଦାସ ଶୁକ୍ରବାର ଓଡ଼ିଶା ଫେରିଛନ୍ତି। ଶୁକ୍ରବାର ସକାଳେ ସେ ଭୁବନେଶ୍ଵର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ବିପୁଳ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ଭୁବନେଶ୍ଵର ଏକାମ୍ର ବିଧାୟକ ବାବୁ ସିଂହଙ୍କ ସମେତ ବିଭିନ୍ନ ସଂଗଠନ ପକ୍ଷରୁ ଅମିତଙ୍କୁ ସ୍ଵାଗତ କରାଯାଇଥିଲା। ଅମିତ ଚଳିତ ଅଲିମ୍ପିକ୍ସରେ କାଂସ୍ୟ ପଦକ ବିଜେତା ଭାରତୀୟ ଦଳରେ ଏକମାତ୍ର ଓଡ଼ିଆ ଭାବେ ସାମିଲ ହୋଇଥିଲେ। ଅଲିମ୍ପିକ୍ସରେ ଭାରତୀୟ ଦଳର ସଫଳତା ପରେ ରାଜ୍ୟ ସରକାର ଅମିତଙ୍କ ପାଇଁ ୪ କୋଟି ଟଙ୍କାର ପୁରସ୍କାର ଘୋଷଣା କରିଥିଲେ। ଏହା ସହତ ଟିମ୍‌ର ଅନ୍ୟ ଖେଳାଳି ଏବଂ କର୍ମଚାରୀମାନଙ୍କ ଓଡ଼ିଶା ସରକାରଙ୍କ ପକ୍ଷରୁ ୧୦ ଲକ୍ଷ ଏବଂ ୧୫ ଲକ୍ଷ ଟଙ୍କା ଲେଖାଏ ପୁରସ୍କାର ରାଶି ଘୋଷଣା କରାଯାଇଛି।

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories