www.samajalive.in
Saturday, December 6, 2025
16.1 C
Bhubaneswar

ଶାହାଙ୍କ ଓଡିଶା ଗସ୍ତ କାର୍ଯ୍ୟକ୍ରମ ସ୍ଥଗିତ

ଭୁବନେଶ୍ବର : ଅମିତ୍ ଶାହାଙ୍କ ଓଡିଶା ଗସ୍ତ କାର୍ଯ୍ୟକ୍ରମ ସ୍ଥଗିତ। ଏ ନେଇ ସୂଚନା ଦେଇଛନ୍ତି ସମ୍ବଲପୁର ଜିଲ୍ଲାପାଳ। ଆସନ୍ତା ୧୦ରୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଭୁବନେଶ୍ବରରେ ପହଞ୍ଚିବା ପରେ ସେଠାରୁ ଜଟଣୀ ଯାଇ ଫରେନ୍‌ସିକ୍‌ ବିଶ୍ବବିଦ୍ୟାଳୟର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଥିଲା। ପରେ ସନ୍ଧ୍ୟାରେ ପୁରୀ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବା ସହିତ ବିଜେପି କାର୍ଯ୍ୟକର୍ତ୍ତାଙ୍କ ଏକ ବୈଠକରେ ଯୋଗଦେଇଥାନ୍ତେ।। ସେହିପରି ୧୧ ତାରିଖରେ ସମ୍ବଲପୁର ଗସ୍ତ କରି ମା’ ସମଲେଶ୍ବରୀଙ୍କ ଦର୍ଶନ କରିବା ସହ କିଛି ପ୍ରକଳ୍ପ ଶିଳାନ୍ୟାସ କରିବା ନେଇ ସୂଚନା ରହିଥିଲା। କିନ୍ତୁ ଶାହାଙ୍କ ଗସ୍ତ କାର୍ଯ୍ୟକ୍ରମ ସ୍ଥଗିତ ରହିଛି।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories