www.samajalive.in
Saturday, December 6, 2025
26.1 C
Bhubaneswar

୨୫ରେ ସୁବର୍ଣ୍ଣପୁର ଆସିବେ ଶାହା: ଜନସଭାରେ ସମ୍ବୋଧନ, ଦଳୀୟ କାର୍ଯ୍ୟାଳୟରେ ଦେବେ ମନ୍ତ୍ରଣା

ଭୁବନେଶ୍ବର : ଚଳିତ ମାସ ୨୫ରେ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା। ଅପରାହ୍ଣରେ ସୁବର୍ଣ୍ଣପୁରରେ ଜନସଭାକୁ ସମ୍ୱୋଧିତ କରିବେ। ସନ୍ଧ୍ୟାରେ ଭୁବନେଶ୍ୱର ରାଜ୍ୟ କାର୍ଯ୍ୟାଳୟରେ ଦଳର ବରିଷ୍ଠ ନେତୃବୃନ୍ଦ ଓ କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି ବୋଲି ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି। ଶ୍ରୀ ମହାପାତ୍ର କହିଛନ୍ତି ଯେ, ଓଡ଼ିଶାରେ ବିଜେପି ମା’, ମାଟି ଓ ମାତୃଭାଷାକୁ ନେଇ ଲଢ଼େଇ ଆରମ୍ଭ କରିଛି। ଏହି ଲଢ଼େଇର ଶୁଭାରମ୍ଭ ୨୫ ତାରିଖ ଅପରାହ୍ଣରେ ସୁବର୍ଣ୍ଣପୁର ମାଟିରୁ ଆରମ୍ଭ ହେବ। ଶ୍ରୀ ଶାହା ସେଠାରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିବେ। ସନ୍ଧ୍ୟାରେ ନିର୍ବାଚନ ରଣନୀତି ସମ୍ପର୍କରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ସହିତ ଆଲୋଚନା କରିବେ ଏବଂ ଭୁବନେଶ୍ୱରରେ ରାତ୍ରି ଯାପନ କରିବେ। ଏହାକୁ ନେଇ ରାଜ୍ୟ ବିଜେପି ଉତ୍ସାହିତ ବୋଲି ଶ୍ରୀ ମହାପାତ୍ର କହିଛନ୍ତି। ଅନ୍ୟପକ୍ଷରେ ବଲାଙ୍ଗିର ଲୋକସଭା ନିର୍ବାଚନମଣ୍ଡଳୀର କଣ୍ଟାବାଞ୍ଜିରେ ଏଥର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାର୍ଥୀ ହୋଇଛନ୍ତି। ସେହି ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ସୁବର୍ଣ୍ଣପୁରକୁ ଶ୍ରୀ ଶାହାଙ୍କ ଗସ୍ତକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି। ସୂଚନାଯୋଗ୍ୟ ଯେ, ଓଡ଼ିଶାରେ ପୂର୍ଣ୍ଣ ସଂଖ୍ୟା ଗରିଷ୍ଠତାରେ ବିଜେପି ସରକାର ଗଢ଼ିବ ବୋଲି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସହିତ ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂହ ତୋମାର, ସହ ପ୍ରଭାରୀ ଲତା ଉସେଣ୍ଡିଙ୍କ ଭଳି ବହୁ ବରିଷ୍ଠ ନେତା କହି ଆସୁଛନ୍ତି। ଓଡିଶାବାସୀଙ୍କ ସମର୍ଥନ ବଳରେ ବିଜେପି ସମସ୍ତ ବାଧା ଦୂର କରିବାରେ ସଫଳ ହେବ ଏବଂ ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଠନ କରିବ ବୋଲି ନେତୃବୃନ୍ଦମାନେ ବାରମ୍ବାର କହୁଛନ୍ତି। ଏହି ପରିପ୍ରେକ୍ଷୀରେ ସ୍ବରାଷ୍ଟ୍ରମନ୍ତ୍ରୀ ଶ୍ରୀ ଶାହାଙ୍କ ଗସ୍ତ ଓଡ଼ିଶା ରାଜନୀତି ପାଇଁ ବେଶ ଗୁରୁତ୍ବ ବହନ କରୁଛି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories