www.samajalive.in
Saturday, December 6, 2025
14.1 C
Bhubaneswar

ଆଜି ପୁଣି ଓଡ଼ିଶା ଆସିବେ ଅମିତ ଶାହା: ୪ଟି ସ୍ଥାନରେ କରିବେ ମାରାଥନ ପ୍ରଚାର

ଭୁବନେଶ୍ଵର: ଓଡିଶା ଏବେ ବିଜେପି ଫୋକସରେ ରହିଛି। ଜଣକ ପରେ ଜଣେ ବିଜେପିର କେନ୍ଦ୍ରୀୟ ନେତା ଓଡ଼ିଶା ଗସ୍ତରେ ଆସି ହାଇଭୋଲଟେଜ୍ ପ୍ରଚାର କରୁଛନ୍ତି । ଆଜି ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା। ସମ୍ବଲପୁର, କେନ୍ଦୁଝର , ପରଜଙ୍ଗ ଓ ନୟାଗଡରେ ମାରାଥନ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି। ଦିନ ସାଢେ ୧୧ଟାରେ ସେ ସମ୍ବଲପୁର ଯିବେ। ସେଠାରେ ରେମେଡ ଗ୍ରାଉଣ୍ଡରେ ଆୟୋଜିତ ବିରାଟ ଜନସଭାକୁ ସମ୍ବୋଧନ କରିବେ। ସମ୍ବଲପୁର ସଭା ପରେ କେନ୍ଦୁଝର ଯିବେ ଶାହା । ସେଠାରେ ମେଡିକାଲ ଗ୍ରାଉଣ୍ଡରେ ଆୟୋଜିତ ବିରାଟ ଜନସଭା କାର୍ଯ୍ୟକ୍ରମରେ ଯୋଗଦେବେ। ତେବେ ପୂର୍ବରୁ ପ୍ରଧାନମମନ୍ତ୍ରୀ ମୋଦୀ, ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ନିଜ ପ୍ରଚାର ବେଳେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିସାରିଛନ୍ତି। ତେଣୁ ଆଜି ଶାହଙ୍କ ଅଭିଭାଷଣ ଉପରେ ସମସ୍ତଙ୍କ ନଜର ରହିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories