www.samajalive.in
Friday, December 5, 2025
20.1 C
Bhubaneswar

ଭୁବନେଶ୍ବରରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ବର : ଭୁବନେଶ୍ବରରେ ପହଞ୍ଚିଛନ୍ତି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା। ଶାହା ଭୁବନେଶ୍ବର ସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରେ ତାଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା। ବିମାନ ବନ୍ଦରରେ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି, ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀ, ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ ଏବଂ ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ପ୍ରମୁଖ ଉପସ୍ଥିତ ରହି ଅମିତ ଶାହାଙ୍କୁ ସ୍ବାଗତ କରିଥିଲେ। ବିମାନ ବନ୍ଦରରୁ ଅମିତ ଶାହା ଲୋକସେବା ଭବନକୁ  ଯାଇ ସେଠାରେ ପୂର୍ବାଞ୍ଚଳ ପରିଷଦ ବୈଠକରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଯୋଗଦେଇଛନ୍ତି। ଏହି ବୈଠକରେ ଆୟୋଜକ ଓଡିଶା ସହ ବିହାର, ପଶ୍ଚିମବଙ୍ଗ ଓ ଝାଡଖଣ୍ଡ ଯୋଗଦେଇଛନ୍ତି ।

ଏହି ବୈଠକରେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ସୁଶ୍ରୀ ମମତା ବାନାର୍ଜୀ , ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଉଥିବା ବେଳେ ଝାଡଖଣ୍ଡ ମୁଖ୍ୟମନ୍ତୀ ହେମନ୍ତ ସୋରେନ କୌଣସି କାରଣରୁ ଯୋଗଦେଉ ନଥିବାରୁ ତାଙ୍କ ମନ୍ତ୍ରୀମଣ୍ଡଳର ମନ୍ତ୍ରୀ ଯୋଗଦେଇଛନ୍ତି।  ଏହି ବୈଠକରେ କେନ୍ଦ୍ର ରାଜ୍ୟ ମଧ୍ୟରେ ଥିବା ବିଭିନ୍ନ ସମସ୍ୟା ଓ ସଦସ୍ୟ ରାଜ୍ୟମାନଙ୍କ ମଧ୍ୟରେ ଥିବା ବିଭିନ୍ନ ସମସ୍ୟା ଓ ମନୋମାଳିନ୍ୟ ପରିଷଦରେ ଆଲୋଚନା ଦ୍ୱାରା ସମାଧାନ କରାଯିବା ସହ ଆଞ୍ଚଳିକ ପରିଷଦ ଅନେକ ବିଷୟ ବସ୍ତୁ ଯଥା: ସୀମା ସମ୍ପର୍କିତ ବିବାଦ, ନିରାପତ୍ତା, ସଡକ ପରିବହନ, ଶିଳ୍ପ, ଜଳ ଓ ଶକ୍ତି ଭଳି ସମ୍ପର୍କିତ ବିଭିନ୍ନ ଭିତିଭୂମି, ଜଙ୍ଗଲ ଓ ପରିବେଶ, ଗୃହ, ଶିକ୍ଷା, ଖାଦ୍ୟ ନିରାପତ୍ତା, ପର୍ଯ୍ୟଟନ ଓ ପରିବହନ ଭଳି ବିଷୟଗୁଡିକ ମଧ୍ୟ ଆଲୋଚନା ପରିସରଭୁକ୍ତ ହୋଇଥାଏ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories