www.samajalive.in
Saturday, December 6, 2025
26.1 C
Bhubaneswar

ଜାମ୍ମୁ-କାଶ୍ମୀରରେ ଧାରା ୩୭୦ ଉଚ୍ଛେଦ ପାଇଁ ରାଜ୍ୟସଭାରେ ସଙ୍କଳ୍ପ ପ୍ରସ୍ତାବ ଆଣିଲେ ଶାହ, ବିରୋଧୀଙ୍କ ହଟ୍ଟଗୋଳ

ନୂଆଦିଲ୍ଲୀ: ଶେଷରେ ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି। ଜାମ୍ମୁ-କାଶ୍ମୀର ପରିସ୍ଥିତିରେ ଲାଗି ରହିଥିବା ଅନିଶ୍ଚିତତା ଏକପ୍ରକାର ସ୍ପଷ୍ଟ ହୋଇଛି। ରାଜ୍ୟରେ ସମ୍ବିଧାନର ଧାରା ୩୭୦ ଉଚ୍ଛେଦ ପାଇଁ କେନ୍ଦ୍ର ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଏଥିପାଇଁ ସେମାବାର କେନ୍ଦ୍ର ସରକାର ବଡ଼ ନିଷ୍ପତ୍ତି ନେବା ସହିତ ଐତିହାସିକ ପଦକ୍ଷେପ ଗ୍ରହଣ କରିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ରାଜ୍ୟସଭାରେ ସୋମବାର ଏ ନେଇ ସଙ୍କଳ୍ପ ପ୍ରସ୍ତାବ ଆଗତ କରିଛନ୍ତି। ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ସତ୍ବେ ଶାହ ଜାମ୍ମୁ-କାଶ୍ମୀରରୁ ଧାରା ୩୭୦ ହଟାଇବା ଲାଗି ସଙ୍କଳ୍ପ ପ୍ରସ୍ତାବ ଆଗତ କରିଥିଲେ। ଧାରା ୩୭୦ ବଳରେ ଜାମ୍ମୁ-କାଶ୍ମୀରକୁ ସ୍ବତନ୍ତ୍ର ପାହ୍ୟା ମଳିଛି। ରାଜ୍ୟରେ ଧାରା ୩୭୦ ହଟାଇବା ଲାଗି ସରକାର ବିଲ୍‌ ଆଣିବେ ବୋଲି ଶାହ ତାଙ୍କ ବିବୃତିରେ କହିଛନ୍ତି। ତେବ​‌େ​‌ ସଙ୍କଳ୍ପ ପ୍ରସ୍ତାବ ଆଗତ ପରେ ରାଜ୍ୟସଭାରେ ପ୍ରବଳ ହଟ୍ଟଗୋଳ ଜାରି ରହିଛି।

Hot this week

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

Related Articles

Popular Categories