www.samajalive.in
Friday, December 5, 2025
26.1 C
Bhubaneswar

ଗୁଇନ୍ଦା ମୁଖ୍ୟଙ୍କ ସହ କଥା ହେଲେ ଶାହ, ଘଟଣାସ୍ଥଳରେ ସିଆରପିଏଫ ଡିଆଇଜି

ସମାଜଲାଇଭ ଡେସ୍କ: ଦିଲ୍ଲୀ ବିସ୍ଫୋରଣ ଘଟଣାର ସମୀକ୍ଷା କରିଛନ୍ତି କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ। ସେ ଘଟଣା ବିଷୟରେ ଆଇବି(ଗୁଇନ୍ଦା ବ୍ୟୁରୋ) ମୁଖ୍ୟ ତପନ ଡେକାଙ୍କ ସହିତ ଆଲୋଚନା କରିଛନ୍ତି।

ଅନ୍ୟପଟେ ଘଟଣାରେ ଆତଙ୍କବାଦୀଙ୍କ ସମ୍ପୃକ୍ତି ରହିଛି କି ନାହିଁ ତାହା ସ୍ପଷ୍ଟ ହୋଇନାହିଁ। କେଉଁ ପରିସ୍ଥିତିରେ ଏହି ବିସ୍ଫୋରଣ ଘଟିଲା ତାହାର ସୁରାକ ମଧ୍ୟ ମିଳିନାହିଁ। ଦିଲ୍ଲୀ ଲାଲ୍‌ କିଲ୍ଲା ନିକଟ ମେଟ୍ରୋ ଷ୍ଟେସନ ପାଖ ୧ ନମ୍ବର ଗେଟ୍‌ ନିକଟରେ ଏହି ବିସ୍ଫୋରଣ ଘଟିଥିବାବେଳେ ୮ ଜଣଙ୍କ ମୃତ୍ୟୁ ଘଟିଛି।

- Advertisement -

ଘଟଣା ପରେ ଏନଆଇଏ ଏବଂ ଏନଏସଜି ତନାଘନା ଆରମ୍ଭ କରିଛନ୍ତି। ସିଆରପିଏଫ ଡିଆଇଜି କିଶୋର ପ୍ରସାଦ ଘଟରାସ୍ଥଳରେ ପହଞ୍ଚିଛନ୍ତି। ସେ କହିଛନ୍ତି, ବର୍ତ୍ତମାନ କିଛି କହି ହେବ ନାହିଁ। ସ୍ଥିତିର ନିରୀକ୍ଷଣ କରାଯିବା ପରେ କିଛି କୁହାଯାଇପାରିବ।

ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ, ଷ୍ଟେସନରେ ଲାଗିଥିବା କାଚ ଭାଙ୍ଗିଯାଇଥିଲା। ଘଟଣା ପରେ ସମ୍ପୂର୍ଣ୍ଣ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories