www.samajalive.in
Monday, December 8, 2025
16.1 C
Bhubaneswar

ଜିଲାପାଳଙ୍କୁ ୪୮ ଘଣ୍ଟା ମଧ୍ୟରେ ’ଅମ୍ପନ’ କ୍ଷୟକ୍ଷତି ରିପୋର୍ଟ ମାଗିଲେ ସରକାର

ଭୁବନେଶ୍ବର: ସାମୁଦ୍ରିକ ମହାବାତ୍ୟା ‘ଅମ୍ପନ’ ରାଜ୍ୟର ବିିଭିନ୍ନ ସ୍ଥାନରେ ବ୍ୟାପକ କ୍ଷତି ଘଟାଇଛି । ଉପକୂଳ ଓଡ଼ିଶାର ୪ ଜିଲା ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, ବାଲେଶ୍ବରରେ ବିପୁଳ କ୍ଷତି ଘଟିଛି । ଫସଲ ନଷ୍ଟ ହୋଇଛି, ଘର ଭାଙ୍ଗିଛି, ବିଜୁଳି ଖୁଣ୍ଟ ଉପୁଡ଼ିଛି, କେଉଁଠି ରାସ୍ତା ଧୋଇ ଯାଇଛି । ତେଣୁ କେଉଁ ଅଞ୍ଚଳରେ କେତେ କ୍ଷତି ଘଟିଛି ସେ ସମ୍ପର୍କରେ ଜିଲାପାଳମାନଙ୍କୁ ରିପୋର୍ଟ ମାଗିଛନ୍ତି ରାଜ୍ୟ ସରକାର । ୪୮ ଘଣ୍ଟା ମଧ୍ୟରେ କ୍ଷୟକ୍ଷତି ରିପୋର୍ଟ ଦେବାକୁ ସରକାର ନିର୍ଦେଶ ଦେଇଛନ୍ତି ।

ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର(ଏସଆରସି) ପ୍ରଦୀପ କୁମାର ଜେନା ଆଜି ଗଣମାଧ୍ୟମକୁ ଏ ସମ୍ପର୍କରେ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ‘ଅମ୍ପନ’ ଯୋଗୁଁ  ଯୋଗୁ ହୋଇଥିବା କ୍ଷୟକ୍ଷତି ସମ୍ପର୍କରେ ୪୮ଘଣ୍ଟା ମଧ୍ୟରେ ପ୍ରାଥମିକ ଆକଳନ ରିପୋର୍ଟ ପଠାଇବା ନିମନ୍ତେ ଜିଲ୍ଲାପାଳମାନଙ୍କୁ ନିର୍ଦେଶ ଦିଆଯାଇଛି ।  ସେମାନଙ୍କଠୁ ରିପୋର୍ଟ ମିଳିବା ପରେ ସରକାର କ୍ଷୟକ୍ଷତି ଆକଳନ କରିବେ । ଜିଲ୍ଲାପାଳମାନେ ପରବର୍ତ୍ତୀ ସମୟରେ ଚୂଡ଼ାନ୍ତ କ୍ଷୟକ୍ଷତି ରିପୋର୍ଟ ଦେବେ । ପ୍ରାକ୍ ଆକଳନ କ୍ଷୟକ୍ଷତି ରିପୋର୍ଟ ମିଳିବା ପରେ କ୍ଷତିଗ୍ରସ୍ତ ଲୋକମାନଙ୍କୁ କ୍ଷତିପୂରଣ ସରକାରୀ ଗାଇଡଲାଇନ୍ ଅନୁସାରେ ପ୍ରଦାନ କରାଯିବ । 

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories