www.samajalive.in
Saturday, December 6, 2025
19.1 C
Bhubaneswar

ଭୟଙ୍କର ଘୂର୍ଣିଝଡ଼ ରୂପ ନେଇଛି ଅମ୍ଫାନ; ସୂଚନା ଦେଲେ ପାଣିପାଗ ମହାନିର୍ଦେଶକ

ନୂଆଦିଲ୍ଲୀ: ବଙ୍ଗୋପସାଗରରେ ଲଗାତର ଅଧିକ ଘନୀଭୂତ ହେଉଛି ଅମ୍ଫାନ; ୧୨ ଘଣ୍ଟା ମଧ୍ୟରେ ସୁପର ସାଇକ୍ଲୋନରେ ପରିଣତ ହେବା ଆଶଙ୍କା; ଆଜି ସନ୍ଧ୍ୟା ୫.୩୦ ସୁଦ୍ଧା ସୁପର ସାଇକ୍ଲୋନରେ ପରିଣତ ଆଶଙ୍କା; ଭାରତୀୟ ପାଣିପାଗ ମହାନିର୍ଦ୍ଦେଶକ  ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।   ୨୨୦ରୁ ୨୬୫ କି.ମି ବେଗରେ ପବନ ବୋହିବା ସମ୍ଭାବନା ରହିଛି । ଆଜି  ସଂଧ୍ୟାରୁ ଏହାର ପ୍ରଭାବ ରାଜ୍ୟରେ ଅନୁଭୂତ ହେବ ।  ଉପକୂଳ ଓ ଉତ୍ତର ଓଡିଶାରେ ଏହାର ପ୍ରଭାବ ଅଧିକ ପଡିବ ।  ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ବରରେ ବାତ୍ୟାର ପ୍ରଭାବ ବେଶୀ ରହିବ ।  ୧୯ ଓ ୨୦ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସାଙ୍ଗକୁ ଘଣ୍ଟାପ୍ରତି ୭୫ରୁ ୮୫ କିଲୋମିଟର ବେଗରେ ପବନ ପହିବ ବୋଲି ଆକଳନ କରାଯାଇଛି । ୨୦ତାରିଖ ସଂଧ୍ୟା ସୁଦ୍ଧା ଅମ୍ଫାନ ପଶ୍ଚିମବଙ୍ଗର ସାଗର ଆଇଲ୍ୟାଣ୍ଡ ଓ ବାଂଲାଦେଶର ହାତିଆ ଆଇଲ୍ୟାଣ୍ଡ ମଝିରେ ଲ୍ୟାଣ୍ଡଫଲ୍ କରିବ ବୋଲି ପୂର୍ବାନୁମାନ କରାଯାଇଛି । ଲ୍ୟାଣ୍ଡଫଲ ସମୟରେ ଏହା ଭୟଙ୍କର ରୂପ ନେଇପାରେ। ସମ୍ଭାବ୍ୟ ବାତ୍ୟା ଅମ୍ପାନକୁ ଆଖିରେ ରଖି ୧୨ଜିଲ୍ଲାକୁ ଆଲର୍ଟ କରିଛନ୍ତି ରାଜ୍ୟ ସରକାର । ଏହିସବୁ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ  ପ୍ରସ୍ତୁତ ରହିବାକୁନିର୍ଦ୍ଦେଶ ଦିଆଯାଇଛି। ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ବରରେ ବାତ୍ୟାର ପ୍ରଭାବ ବେଶୀ ରହିପାରେ। ଏଣୁ ଏହି ୪ ଜିଲ୍ଲା ଜିଲ୍ଲାପାଳମାନଙ୍କୁ ସତର୍କ ରହିବା ଲାଗି ନିର୍ଦେଶ ଦିଆଯାଇଛି। ୧୯ତାରିଖ ଅପରାହ୍ନ ପରେ ଓଡ଼ିଶାରେ ବର୍ଷା ଓ ପବନର ପ୍ରଭାବ ଅଧିକ ରହିବ। 

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories