www.samajalive.in
Saturday, December 6, 2025
14.1 C
Bhubaneswar

‘ଅମ୍ଫନ୍‌’ ବାତ୍ୟା ମୁକାବିଲା: ଉପକୂଳଠାରୁ ୩କିମି ଦୂର ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ର ହେବ ସ୍ଥାନାନ୍ତର

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ବାତ୍ୟାରେ ପ୍ରଭାବିତ ହେବାକୁ ଥିବା ୪ଟି ଉପକୂଳବର୍ତ୍ତୀ ଜିଲ୍ଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଏବଂ ଜଗତସିଂହପୁରରେ ସମୁଦ୍ର କୂଳଠାରୁ ୩ କିଲୋମିଟର ମଧ୍ୟରେ ଥିବା ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ରଗୁଡ଼ିକୁ ସ୍ଥାନାନ୍ତର କରିବା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଫଳରେ କେନ୍ଦ୍ରରେ ରହୁଥିବା ପ୍ରବାସୀ ଶ୍ରମିକ ସୁରକ୍ଷିତ ସ୍ଥାନରେ ରହିପାରିବେ। ଏହି ସବୁ ଜିଲାମାନଙ୍କରେ ଥିବା  ହସ୍ପିଟାଲରେ ପର୍ଯ୍ୟାପ୍ତ ପରିମାଣର ଡିଜେଲ୍‌, ଜେନେରେଟର, ଔଷଧ ସାମଗ୍ରୀ, ସାପକାମୁଡା ଔଷଧ, ବ୍ଲିଚିଂ ପାଉଡର ମହଜୁଦ ରଖିବା ପାଇଁ କୁହାଯାଇଛି। ପରିସ୍ଥିତି ଉପରେ ଦୃଷ୍ଟି ରଖିବା ନିମନ୍ତେ ସ୍ୱତନ୍ତ୍ର ମେଡିକାଲ୍‌ ଦଳ ଗଠନ କରାଯାଇଛି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଏବଂ ସୂଚନା ଓ ଲୋକସଂପର୍କ ବିଭାଗର କମିଶନର ତଥା ଶାସନ ସଚିବ ସଞ୍ଜୟ କୁମାର ସିଂ ସୂଚନା ଦେଇଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories