www.samajalive.in
Monday, December 15, 2025
24.1 C
Bhubaneswar

କ୍ଷୀର ମୂଲ୍ୟ ୧ ଟଙ୍କା କମାଇଲା ଅମୁଲ

ସମାଜ ଡିଜିଟାଲ ଡେସ୍କ: ଅମୁଲ ପକ୍ଷରୁ କ୍ଷୀର ମୂଲ୍ୟ ହ୍ରାସ କରାଯାଇଛି। ସାରା ଦେଶରେ ୧ ଲିଟର କ୍ଷୀର ପିଛା କମ୍ପାନୀ ୧ ଟଙ୍କା କମାଇଛି। ଅମୁଲ ଗୋଲ୍ଡ, ଅମୁଲ ତାଜା ଏବଂ ଅମୁଲ ଟି ସ୍ପେଶାଲ ୧ କେଜି ପ୍ୟାକ୍‌ କ୍ଷୀରରେ ଏହି ଦର ହ୍ରାସ ଲାଗୁ କରାଯାଇଛି। ଗୁଜରାଟ କୋଅପରେଟିଭ ମିଲ୍କ ମାର୍କେଟିଂ ଫେଡେରେସନର ପରିଚାଳନା ନିର୍ଦେଶକ ଜୟେନ ମେହଟା ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।

୨୦୨୪ ଜୁନରେ ଅମୁଲ ପକ୍ଷରୁ କ୍ଷୀର ମୂଲ୍ୟ ଲିଟର ପିଛା ୨ ଟଙ୍କା ବୃଦ୍ଧି କରାଯାଇଥିଲା। ଏବେ ମୂଲ୍ୟ ହ୍ରାସ ପରେ ଅମୁଲ ଗୋଲ୍ଡ କ୍ଷୀର ଲିଟର ୬୬ ଟଙ୍କା ପରିବର୍ତ୍ତେ ୬୫ ଟଙ୍କା ହୋଇଛି। ସେହିପରି ଅମୁଲ ଟି ସ୍ପେଶାଲ କ୍ଷୀର ୬୨ ଟଙ୍କାରୁ ୬୧ ଏବଂ ଅମୁଲ ତାଜା କ୍ଷୀର ୫୪ ଟଙ୍କାରୁ ୫୩ ଟଙ୍କାକୁ ହ୍ରାସ ପାଇଛି।

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories