www.samajalive.in
Sunday, December 7, 2025
14.1 C
Bhubaneswar

ପରୀକ୍ଷା ଦେଇ ଫେରୁଥିଲେ ଛାତ୍ରୀ, ରାସ୍ତାରେ ଧକ୍କାଦେଲା ଅଟୋ

ଭଦ୍ରକ: ଭଦ୍ରକ ବାସୁଦେବପୁର ବ୍ଳକ ଅଯୋଧ୍ୟା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଜଣେ ଷଷ୍ଠ ଶ୍ରେଣୀ ଛାତ୍ରୀକୁ ଏକ ଅଟୋ ଧକ୍କା ଦେଇଛି। ଗୁରୁତର ଅବସ୍ଥାରେ ଛାତ୍ରୀ ଜଣକୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ସୂଚନା ମୂତାବକ ସ୍କୁତିରେଖା ବେହେରା ନାମକ ଜଣେ ଛାତ୍ରୀ ପରୀକ୍ଷା ଦେବା ପାଇଁ ଅଯୋଧ୍ୟା ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ଯାଉଥିଲେ। ଏତିକିବେଳେ ଅଯୋଧ୍ୟା ଛକ ନିକଟରେ ଏକ ଅଟୋ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ସେ ରାସ୍ତା କଡରୁ ଛିଟିକି ପଡିଥିଲେ। ସ୍କୁତିରେଖାଙ୍କୁ ଧକ୍ା ଦେଇ ଅଟୋଟି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା।  ସ୍ଥାନୀୟ ଲୋକେ ପ୍ରଥମେ ତାଙ୍କୁ ଉଦ୍ଧାର କରି ବାସୁଦେବପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ହେଲେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories