www.samajalive.in
Wednesday, December 10, 2025
14.1 C
Bhubaneswar

ଅଁଳା ନବମୀ ପ୍ରସ୍ତୁତି ବୈଠକ : ଭକ୍ତଙ୍କ ଦର୍ଶନ ଓ ପୂଜାର୍ଚ୍ଚନା ଉପରେ କଟକଣା, ଜାରି ହେବ ୧୪୪ ଧାରା

ସାକ୍ଷୀଗୋପାଳ : ପ୍ରସିଦ୍ଧ ବୈଷ୍ଣବ କ୍ଷେତ୍ର ସାକ୍ଷୀଗୋପାଳରେ ଚଳିତ ମାସ ୧୨ ତାରିଖ ଦିନ ପବିତ୍ର ଅଁଳା ନବମୀ ଓ ଶ୍ରୀ ଶ୍ରୀ ରାଧାରାଣୀଙ୍କର ପାଦ ଦର୍ଶନ ଓ ୧୫ ତାରିଖ ଦିନ ବଡ଼ ଏକାଦଶୀ, ଠାକୁର ଶ୍ରୀ ଶ୍ରୀ ଗୋପାଳ ଜୀଉ ଓ ଠାକୁରାଣୀ ଶ୍ରୀ ଶ୍ରୀ ରାଧାରାଣୀଙ୍କର ଲକ୍ଷ୍ମୀ ନାରାୟଣ ବେଶ ଓ ପ୍ରସିଦ୍ଧ ଚୁଡାଘସା ଭୋଗ ଅନୁଷ୍ଠିତ ହେବ।

ଏଥି ନିମନ୍ତେ ଶୁକ୍ରବାର ଅପରାହ୍ନରେ ସାକ୍ଷୀଗୋପାଳ ମନ୍ଦିର ପାନ୍ଥଶାଳା ମଧ୍ୟରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ସରକାରଙ୍କର କୋଭିଡ କଟକଣା ଅନୁଯାଇ ପାରମ୍ପରିକ ରୀତିନୀତି ଅନୁଯାଇ ଦେବନୀତି ଅନୁଷ୍ଠିତ ହେବ ବୋଲି ନିଷ୍ପତ୍ତି ଗ୍ରହଣ କରାଯାଇଛି।୧୨ ଓ ୧୫ ତାରିଖ ୨ ଦିନ ମନ୍ଦିର ଚତୁର୍ପାର୍ଶ୍ୱରେ ୧୪୪ ଧାରା ଜାରି କରାଯିବ। ଭକ୍ତ ମାନଙ୍କ ଦର୍ଶନ ଓ ପୂଜାର୍ଚ୍ଚନା ଉପରେ କଟକଣା ଜାରି କରାଯିବ। ମନ୍ଦିରରେ ଫୁଲ ଓ ଆଲୋକ ସଜ୍ଜା କରାଯିବ।
ଅନ୍ୟ ମାନଙ୍କ ମଧ୍ୟରେ ଏହି ବୈଠକରେ ସତ୍ୟବାଦୀ ମଣ୍ଡଳ ଉନ୍ନୟନ ଅଧିକାରୀ ତଥା ତହସିଲଦାର କ୍ଷୀରୋଦ କୁମାର ବେହେରା, ଆରକ୍ଷୀ ନିରୀକ୍ଷକ ଦେବୀ ପ୍ରସାଦ ପାତ୍ର, ମନ୍ଦିର କାର୍ଯ୍ୟ ନିର୍ବାହୀ ଅଧିକାରୀ ବସନ୍ତ କୁମାର ପ୍ରଧାନ, ସେବାୟତ ସଂଘ ସଭାପତି ଶ୍ରୀବତ୍ସ ମହାପାତ୍ର, ସମ୍ପାଦକ ବିଜୟ କୁମାର ନନ୍ଦ, ମନ୍ଦିର ସୁପରଭାଇଜର ବିଶ୍ୱନାଥ ମହାପାତ୍ର ଓ ଆତ୍ମା କମିଟି ଅଧ୍ୟକ୍ଷ ରାମଚନ୍ଦ୍ର ମହାନ୍ତିଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories