ଝୁରେ ଗାଁ, କାନ୍ଦେ ଜନତା : ପହଞ୍ଚିଲା ସହିଦ ସୁଶାନ୍ତଙ୍କ ପାର୍ଥିବ ଶରୀର

ଆନନ୍ଦପୁର : ସହିଦ ଯବାନ ସୁଶାନ୍ତ ଖୁଣ୍ଟିଆଙ୍କ ପାର୍ଥିବ ଶରୀର ଜନ୍ମମାଟିରେ ପହଞ୍ଚିଛି। ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଆଜି ଗାଁ ଶ୍ମଶାନରେ ହେବ ଅନ୍ତିମ ସଂସ୍କାର । ସୂଚନା ଅନୁସାରେ, ସୁଶାନ୍ତଙ୍କ ପାର୍ଥିବ ଶରୀର କେନ୍ଦୁଝର ଜିଲା ଆନନ୍ଦପୁରରେ ପହଞ୍ଚିବା ପରେ ବିଶାଳ ଶୋଭାଯାତ୍ରାରେ ନିଜ ଗାଁକୁ ନିଆଯାଇଥିଲା। ସେଠାରେ ବୀର ଯବାନ ସୁଶାନ୍ତଙ୍କ ଶେଷ ଦର୍ଶନ କରିଛନ୍ତି ହଜାର ହଜାର ମାନ୍ୟଗଣ୍ୟ ବ୍ୟକ୍ତି। କାନ୍ଦ ବୋବାଳିରେ ଫାଟି ପଡ଼ୁଛି ସାରା ଗଁା। ପିଲା ଠାରୁ ବୁଢ଼ା ପର୍ଯ୍ୟନ୍ତ ସମସ୍ତଙ୍କ ଆଖିରେ ଲୁହ। ପରିବାର ଲୋକେ ଓ ଗ୍ରାମବାସୀ ସୁଶାନ୍ତଙ୍କୁ ମନେ ପକାଇ ଝୁରି ହେଉଛନ୍ତି। ପ୍ରକାଶ ଯେ, ଗତକାଲି ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମ ଜିଲାର ହୁସିପିରେ ନକ୍ସଲଙ୍କ ଆକ୍ରମଣରେ ସୁଶାନ୍ତ ସହିଦ ହୋଇଥିଲେ।

Comments are closed.