www.samajalive.in
Monday, December 15, 2025
14.1 C
Bhubaneswar

କାମୁଡ଼ି ନାକ ଛିଣ୍ଡେଇଲା ମଦ୍ୟପ, ଗୋଡ଼ ଚୋବେଇଲା ଉତ୍ୟକ୍ତ ମହିଳା

ଆନନ୍ଦପୁର: ଦୁଇଟି ଘଟଣାରେ କାମୁଡ଼ା କାମୁଡ଼ି ହୋଇ ୨ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି। ଆନନ୍ଦପୁର ଥାନା ମାଠିଆନେଣ୍ଡିରେ କାମଡ଼ି ନାକ ଛିଣ୍ଡାଇଦେଲା ମଦ୍ୟପ। ୨ ମଦ୍ୟପ ଗଣ୍ଡଗୋଳବେଳେ ଜନୈକ ବ୍ୟକ୍ତି ବାରଣ କରିଥିଲେ। ଏଥିରେ ଉତ୍ୟକ୍ତ ହୋଇ ମଦ୍ୟପ ସମ୍ପୃକ୍ତ ବ୍ୟକ୍ତିଙ୍କ ନାକ କାମୁଡ଼ି ଦେଇଥିଲେ। ଗୁରୁତର ଅବସ୍ଥାରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଆନନ୍ଦପୁର ମେଡ଼ିକାଲରେ ଭର୍ତ୍ତି କରାଯାଇଛି।

ସୋସୋ ଥାନା ସଢ଼ା ଗାଁରେ ବିଲରେ ୨ ମହିଳାଙ୍କ ମଧ୍ୟରେ ଗଣ୍ଡଗୋଳ ଘଟିଛି। ଏହି ଗଣ୍ଡଗୋଳରେ ଉତ୍ୟକ୍ତ ହୋଇ ଜଣେ ମହିଳା ଅନ୍ୟ ଜଣେ ମହିଳାଙ୍କ ଗୋଡ଼ କାମୁଡ଼ି ଦେଇଥିଲା। କାମୁଡ଼ି ଗୋଡ଼ର ମାଂସ ଛିଣ୍ଡାଇ ଦେବାରୁ ମହିଳାଜଣକ ଗୁରୁତର ହୋଇପଡ଼ିଥିଲେ। ତାଙ୍କୁ ଚିକିତ୍ସା ପାଇଁ ମେଡ଼ିକାଲରେ ଭର୍ତ୍ତି କରାଯାଇଛି।
ଉଭୟ ଘଟଣାରେ ପୁଲିସ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories