ଆନନ୍ଦପୁର : ନିଖୋଜର ୩ ଦିନ ପରେ ଯୁବକଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର। ଏଭଳି ଘଟଣା ଦେଖିବାକୁ ମିଳିଛି କେନ୍ଦୁଝର ଜିଲ୍ଲା ଆନନ୍ଦପୁର ସୋସ ଥାନା ରାଇଘାଟି ପାହାଡ ଅଞ୍ଚଳରେ। ଗତ ୩ ଦିନ ତଳେ ଯୁବକ ଜଣକ ଘରୁ କୌଣସି କାମରେ ଯାଇ ଫେରିନଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି ପରେ ବି ନିରାଶ ହୋଇଥିଲେ। ଏ ନେଇ ପୁଲିସକୁ ଜଣାଇଥିଲେ। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଅଧିକ ତଦନ୍ତ ଜାରି ରଖିଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନାହିଁ। ସେପଟେ ଯୁବକ ଜଣଙ୍କୁ କେହି ମାରି ଫିଙ୍ଗି ଦେଇଥିବାର ଅଭିଯୋଗ କରିଛନ୍ତି ପରିବାର ଲୋକେ ।
Popular Categories



