www.samajalive.in
Monday, December 15, 2025
14.1 C
Bhubaneswar

ଚୁଲି ନିଆଁରେ ପାଚିକା ଗୁରୁତର

ଆନନ୍ଦପୁର: କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ହାତୀବନ୍ଧା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଘଟିଛି। ମଧ୍ୟାହ୍ନଭୋଜନ ପ୍ରସ୍ତୁତି ବେଳେ ଚୁଲି ନିଆଁରୁ ଶାଢ଼ିରେ ନିଆଁ ଲାଗିଯାଇ ପାଚିକା ଗୁରୁତର ହୋଇଛନ୍ତି। ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଗୁରୁତର ପାଚିକା ଜଣକ ତଅପୋଇ ପ୍ରଧାନ ବୋଲି ଜଣାପଡିଛି।
ସୂଚନା ଅନୁଯାୟୀ କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ହାତୀବନ୍ଧା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଆଜି ପ୍ରତିଦିନ ପରି ଛାତ୍ରଛାତ୍ରୀଙ୍କ ପାଇଁ ପାଚିକା ଜଣଙ୍କ କାଠ ଚୁଲିରେ ରୋଷେଇ ପ୍ରସ୍ତୁତି କରୁଥିଲେ। ଏତିକିବେଳେ ଅସାବଧାନତା ବଶତଃ ଚୂଲି ନିଆଁରୁ ସେ ପିନ୍ଧିଥିବା ଶାଢ଼ିରେ ନିଆଁ ଲାଗିଯାଇଥିଲା। ତାଙ୍କୁ ସଙ୍ଗେ ସଙ୍ଗେ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories