www.samajalive.in
Friday, December 5, 2025
20.1 C
Bhubaneswar

ଆନ୍ଧ୍ର,ତେଲଙ୍ଗାନା ବନ୍ୟା ବିତ୍ପାତ: ମୃତ୍ୟୁସଂଖ୍ୟା ୨୮କୁ ବୃଦ୍ଧି, ଆଜି ସବୁ ସ୍କୁଲ ଛୁଟି

ନୂଆଦିଲ୍ଲୀ : ଆନ୍ଧ୍ରପ୍ରଦେଶ ଓ ତେଲଙ୍ଗାନାରେ ବର୍ଷା ପ୍ରକୋପ ଅବ୍ୟାହତ ହୋଇଛି। ଦୁଇ ରାଜ୍ୟରେ ବର୍ଷାଜନିତ ଘଟଣାରେ ମୋଟ ୨୮ ଜଣ ପ୍ରାଣ ହରାଇଛନ୍ତି। ଏଥିମଧ୍ୟରୁ ଆନ୍ଧ୍ରରେ ୧୨ ଏବଂ ତେଲଙ୍ଗାନାରେ ୧୬ ଜଣଙ୍କର ମୃତ୍ୟୁ ଘଟିଛି। ଭାରତୀୟ ପାଣିପାଗ କାର୍ଯ୍ୟାଳୟ (ଆଇଏମଡି) ପକ୍ଷରୁ ତେଲଙ୍ଗାନାର ଆଦିଲାବାଦ, ନିଜାମାବାଦ, ରାଜାନ୍ନା ସିର୍ସିଲିଆ, ୟାଡାରି ଭୁବନଗିରି, ଭିକାରାବାଦ, ସାଙ୍ଗାରେଡ୍ଡି, କାମାରେଡ୍ଡି ଓ ମେହବୁବନଗର ଜିଲାକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ବନ୍ୟା ପରିସ୍ଥିତି ନେଇ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ଏବଂ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେଭନ୍ତ ରେଡ୍ଡିଙ୍କ ସହ ଆଲୋଚନା କରିଛନ୍ତି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଦୁଇ ରାଜ୍ୟକୁ ସମସ୍ତ ସହାୟତା ଯୋଗାଇ ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। ଆନ୍ଧ୍ରପ୍ରଦେଶର ବିଜୟୱାଡା ଏବଂ ଗୁଣ୍ଟୁର ଜିଲା ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଥିବା ଜଣାପଡିଛି। ତେଲଙ୍ଗାନା ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରାଯାଇଛି। ପ୍ରାଥମିକ ଆକଳନ ଅନୁଯାୟୀ ତେଲଙ୍ଗାନାରେ ୫୦୦୦ କୋଟି ଟଙ୍କାର କ୍ଷୟକ୍ଷତି ହୋଇଥିବା କୁହାଯାଇଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୦୦ କୋଟି ଟଙ୍କାର ସହାୟତା ଯୋଗାଇଦେବାକୁ କେନ୍ଦ୍ର ନିକଟରେ ଦାବି ଉପସ୍ଥାପନ କରାଯାଇଛି। ପୁନଶ୍ଚ ତେଲଙ୍ଗାନା ବନ୍ୟାକୁ ଜାତୀୟ ବିପତ୍ତି ଭାବେ କେନ୍ଦ୍ର ସରକାର ଘୋଷଣା କରନ୍ତୁ ବୋଲି ମଧ୍ୟ ଦାବି କରାଯାଇଛି। ପ୍ରବଳ ବର୍ଷା ଯୋଗୁଁ ଏହି ଦୁଇ ରାଜ୍ୟର ଅଧିକାଂଶ ନଦୀର ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ବନ୍ୟା ପ୍ରଭାବିତ ଅଞ୍ଚଳରେ ସମସ୍ତ ଶିକ୍ଷାନୁଷ୍ଠାନକୁ ଆଜି ପର୍ଯ୍ୟନ୍ତ ଛୁଟି ଘୋଷଣା କରାଯାଇଛି।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories